ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ, ପରୀକ୍ଷା ପାଇଁ ହଳଦୀ ଗୁଣ୍ଡର ନମୁନା ସଂଗ୍ରହ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କନ୍ଧମାଳ ହଳଦୀ ନାମରେ ନକଲି ଗୁଣ୍ଡ ବିକ୍ରି କରାଯାଉଥିବା ଓ ଜୈବିକ ହଳଦୀ ନାମରେ ଲେବୁଲ ମାରି ବିକ୍ରିବଟା କରିବା ଅଭିଯୋଗ ହୋଇଆସୁଥିଲା। ଯାହାକି ଶନିବାର କନ୍ଧମାଳ ଖାଦ୍ୟ ନିରାପତ୍ତା ଓ ମାନକ ପ୍ରାଧିକରଣ ବିଭାଗର ଅଧିକାରୀ ସତ୍ୟବ୍ରତ ଷେଣ୍ଢ ସଦଳବଳ ଆସି ଚଢ଼ାଉ କରିଛନ୍ତି। ସେ କଫିବଗିଚା ସମ୍ମୁଖରୁ ବିଭିନ୍ନ ରଙ୍ଗର ହଳଦୀ ଗୁଣ୍ଡ ଥିବା ପ୍ୟାକେଟରୁ ନମୁନା ସଂଗ୍ରହ କରି ନେଇଛନ୍ତି। ଏଥିସହ ବିଭିନ୍ନ ସାମଗ୍ରୀର ଯାଞ୍ଚ କରି ଯେଉଁଠି ତ୍ରୁଟି ପରିଲକ୍ଷିତ ହୋଇଛି ସେମାନଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ହଳଦୀର ମାନରେ କୌଣସି ନକଲିର ଗୁଣ ଥିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଖାଦ୍ୟ ନିରାପତ୍ତା ଓ ମାନକ ପ୍ରାଧିକରଣ ବିଭାଗର ଅଧିକାରୀ କହିଛନ୍ତି।

ସେହିପରି ପାଉଁରୁଟି ଫ୍ୟାକ୍ଟ୍ରିରେ ଚଢ଼ାଉ କରି ପାଉଁରୁଟି ସମେତ ସେମାନେ ବ୍ୟବହାର କରୁଥିବା ବିଭିନ୍ନ ତେଲ, ଘିଅର ମଧ୍ୟ ନମୁନା ସଂଗ୍ରହ କରିନେଇଛନ୍ତି। ସେଗୁଡ଼ିକ ଲାବୋରେଟାରୀରେ ପରୀକ୍ଷା ନିରୀକ୍ଷା କରିବା ପରେ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ସେ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ବିଭିନ୍ନ ମିଲ୍ସ ହୋଟେଲ ସମେତ ଜଳଖିଆ, ଚା’ଦୋକାନ ଆଦିରେ ପହଞ୍ଚି ସ୍ବଚ୍ଛତା ଓ ଖାଦ୍ୟର ମାନ ଯାଞ୍ଚ କରାଯାଇଥିଲା। ଏଥିରେ ବ୍ୟତିକ୍ରମ ଥିବା ବ୍ୟବସାୟୀଙ୍କଠାରୁ ଜରିମାନା ଆଦାୟ କରାଯିବା ସହ ଆଗାମୀ ଦିନରେ ଏଭଳି ଖାଦ୍ୟର ମାନକୁ ଆହୁରି ଅଧିକ ଯାଞ୍ଚ କରାଯିବା ସହ ଯାହାର ଖାଦ୍ୟ ସୁରକ୍ଷା ପ୍ରମାଣପତ୍ର ନାହିଁ, ସେମାନଙ୍କୁ ଶୀଘ୍ର ଆବେଦନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ବିନା ଫୁଡ୍‌ ଲାଇସେନ୍ସରେ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ଖାଦ୍ୟ ନିରାପତ୍ତା ଓ ମାନକ ପ୍ରାଧିକରଣ ବିଭାଗ ଅଧିକାରୀ କହିଛନ୍ତି। ଏଭଳି ବିଭିନ୍ନ ଗ୍ରାମରେ ବାରମ୍ବାର ଯାଞ୍ଚ କରାଯିବାକୁ ବିଭାଗ ପଦକ୍ଷେପ ନେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତିରେ ଝାଡ଼ୁ ମାରିଲେ ଧର୍ମେନ୍ଦ୍ର: ବାଣ୍ଟିଲେ ସୁଖଦୁଃଖ

ଭୁବନେଶ୍ୱର,୫।୧୦: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବଛ ଭାରତ ଅଭିଯାନରେ ସଭିଏଁ ସାମିଲ ହେବାକୁ ଶନିବାର ଆହ୍ବାନ ଦେଇଛନ୍ତି। ଏହି ଅବସରରେ ସେ ବସ୍ତିରେ ଝାଡ଼ୁ ମାରିଛନ୍ତି।...

‘ସୁଭଦ୍ରା’ ଟଙ୍କାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ୭ ସୁଦ୍ଧା ଆବେଦନ କରିଥିଲେ…

ଭୁବନେଶ୍ୱର,୫।୧୦: ଆଉ ମାତ୍ର ୩ ଦିନ ପରେ ପୁଣି ଖାତାକୁ ଆସିବ ସୁଭଦ୍ରା ଯୋଜନା ଟଙ୍କା । ଦଶହରା ପୂର୍ବରୁ ମହିଳାମାନଙ୍କୁ ଭେଟି ଦେବାକୁ ଯାଉଛନ୍ତି...

ବିଦ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ: ୬୦ ଲକ୍ଷ ଟଙ୍କାର ଦୁର୍ନୀତି ଗନ୍ଧ

ଭୋଗରାଇ,୫ା୧୦(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବଗଡ଼ ନୋଡାଲ ୟୁପି ପ୍ରାଥମିକ ବିଦ୍ୟାଳୟରେ ଶନିବାର ବାଲେଶ୍ୱର ଭଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମୋ’...

ବୋହି ନେଉଥିଲେ ମଧ୍ୟାହ୍ନଭୋଜନ ଚାଉଳ: ଏମିତି ଧରାପଡ଼ିଲେ ଶିକ୍ଷୟିତ୍ରୀ

ଗୋପ,୧୦।୫: ପୁରୀ ଜିଲା ଗୋପ ଅଞ୍ଚଳରୁ ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଚାଉଳ ଚୋରି ଘଟଣା ଶନିବାର ସାମ୍‌ନାକୁ ଆସିଛି। ୨ ବସ୍ତା ମଧ୍ୟାହ୍ନଭୋଜନ ଚାଉଳ...

ବିଦ୍ୟାଳୟ ପରିଦର୍ଶନ କଲେ ଜିଲାପାଳ, ଉଚ୍ଚଶିକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ସଚିନ ପାଓ୍ବାର ପ୍ରକାଶ କେସିଙ୍ଗା ସହରସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଓ ବିଦ୍ୟାପୀଠକୁ ଶନିବାର ପରିଦର୍ଶନରେ ଆସିଥିଲେ। ବାଳିକା ଉଚ୍ଚ...

ଆମ୍ବଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡ଼ିଲା କାର୍‌

ବାଲିଗୁଡ଼ା,୫ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ନିକଟସ୍ଥ କୁର୍ଙ୍ଗୁଲି ନାଳ ଭିତରକୁ ଏକ କାର୍‌ ପଶିଯାଇଛି। ସୂଚନାନୁଯାୟୀ,...

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ...

କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ସିପିଆଇଏମ୍‌ ନେତା

ତିହିଡ଼ି,୫ା୧୦(ସଞ୍ଜିତ ବଳ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇଏମ୍‌)ର ତିହିଡ଼ି ଆଞ୍ଚଳିକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ନେତା ଓ କର୍ମୀମାନେ ତିହିଡ଼ି ଡାକବଙ୍ଗଳାଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri