Posted inଜାତୀୟ

କ୍ରାଇମ୍‌ ସିନ୍‌ରେ ରହିଛି ଏକାଧିକ ଲୋକଙ୍କ ଫୁଟ୍‌ପ୍ରିଣ୍ଟ, ସିବିଆଇର ଷ୍ଟାଟସ୍‌ ରିପୋର୍ଟରେ ସାଙ୍ଘାତିକ ଖୁଲାସା

ନୂଆଦିଲ୍ଲୀ,୨୨।୮: କୋଲକାତା ବଳାତ୍କାର ଓ ହତ୍ୟା ମାମଲାରେ ସୁପ୍ରିମକୋର୍ଟରେ ସିବିଆଇ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ଅନୁସନ୍ଧାନକାରୀ ସଂସ୍ଥା ଏକ ସିଲ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରିଛି। ଷ୍ଟାଟସ ରିପୋର୍ଟରେ କୋଲକାତା ପୋଲିସର ଅବହେଳା ବିଷୟରେ ସିବିଆଇ ଉଲ୍ଲେଖ କରିଛି। ସନ୍ଦେହ ଆଧାରରେ ସିବିଆଇ ଯେଉଁମାନଙ୍କୁ ପଚରାଉଚରା କରିଛି ସେମାନଙ୍କ ବିବରଣୀ ମଧ୍ୟ ରିପୋର୍ଟରେ ଦେଇଛି। ଘଟଣା ସ୍ଥଳ ସୁରକ୍ଷିତ ନ ଥିବା ସିବିଆଇ ରିପୋର୍ଟରେ କହିଛି। କୋଲକାତା ପୋଲିସ ଯାଞ୍ଚବେଳେ ବେଶୀ ଅବହେଳା କରିଥିବା କୁହାଯାଇଛି।

ଗତ କିଛିଦିନ ମଧ୍ୟରେ ସିବିଆଇ କ୍ରମାଗତ ଭାବେ ଡାକ୍ତର ହତ୍ୟା-ବଳାତ୍କାର ମାମଲାରେ ଅଭିଯୁକ୍ତ ସଞ୍ଜୟ ରୟ ଏବଂ ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ପଚରାଉଚରା କରିଥିଲା। ଏହି ଘଟଣାରେ କେବଳ ସଞ୍ଜୟ ରୟ ସମ୍ପୃକ୍ତ ଅଛନ୍ତି ନା ସେଠାରେ ଆହୁରି ଅଧିକ ଅଭିଯୁକ୍ତ ଅଛନ୍ତି ସିବିଆଇ ଅନୁଧ୍ୟାନ କରିଛି। ଏନେଇ ଏକ ବିସ୍ତୃତ ରିପୋର୍ଟ ପ୍ରସ୍ତୁତ କରାଯାଇ ସୁପ୍ରିମଙ୍କୁ ଦିଆଯାଇଛି।

ସିବିଆଇ କ୍ରମାଗତ ଭାବେ ଦୁଇ ଜଣଙ୍କୁ ସନ୍ଦେହ କରି ପଚରାଉଚରା କରିଛି। ପ୍ରଥମ ମୁଖ୍ୟ ଅଭିଯୁକ୍ତ ହେଉଛନ୍ତି ସଞ୍ଜୟ ରୟ ଏବଂ ଦ୍ୱିତୀୟଟି ହେଉଛି ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ। ସିବିଆଇ ଡାକ୍ତରଖାନା ଯାଇ ସମସ୍ତ ଫୋରେନସିକ ଯାଞ୍ଚ କରି ପ୍ରମାଣ ସଂଗ୍ରହ କରିବାକୁ ଚେଷ୍ଟା କରିଥିଲା। ଏହି ଘଟଣା ପୂର୍ବରୁ ଏବଂ ପରେ ଅଭିଯୁକ୍ତ ସଞ୍ଜୟ ରୟଙ୍କ ଗତିବିଧି ଲକ୍ଷ୍ୟ କରିବା ସହ ଡାକ୍ତରଖାନାର ସିସିଟିଭି ଫୁଟେଜ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା। ତେବେ ସବୁଠାରୁ ବଡ଼ କଥା ହେଉଛି କ୍ରାଇମ୍‌ ସିନ୍‌ରେ ବହୁତ ଗୁଡିଏ ଫୁଟ୍‌ପ୍ରିଣ୍ଟ ଦେଖିବାକୁ ମିଳିଛି। ଏହା ବ୍ୟତୀତ ନିକଟରେ ନବୀକରଣ କାର୍ଯ୍ୟ ହୋଇଥିବାରୁ ଅନେକ ପ୍ରମାଣ ନଷ୍ଟ କରାଯାଇଥିବା ସନ୍ଦେହ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri