ଜାତୀୟ ରାଜପଥ ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ

ଜୟପୁର, ୩୦।୬ (ନି.ପ୍ର.): ଜୟପୁର ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥ ପାର୍ଶ୍ୱରୁ ବୁଧବାର ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଛି ା ଗାନ୍ଧୀଛକଠାରୁ ଗ୍ଲୋକାଲ ହସ୍‌ପିଟାଲ ଯାଏ ଉଚ୍ଛେଦ ଜାରି ରହିଛି ା ରାସ୍ତାର ଉଭୟ ପଟେ ଥିବା ଗ୍ୟାରେଜ, ହେଟେଲ ଆଦି କରି ଲୋକେ ଜବରଦଖଲ କରିଥିଲେ ା ଫଳରେ ଏହି ରାଜପଥ ସଂକୀର୍ଣ୍ଣ ହେବା ସହ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଥିଲା। ଏହାର ସମାଧାନ ପାଇଁ ଜାତୀୟ ରାଜପଥ ବିଭାଗ, ରାଜସ୍ବ ବିଭାଗ, ପୌରପାଳିକା ଏବଂ ପୋଲିସ ମିଳିତ ଭାବେ ଉପସ୍ଥିତ ରହି ଉଚ୍ଛେଦ କରିଥିଲେ। ଗାନ୍ଧୀ ଛକଠାରୁ ଗ୍ଲୋକାଲ ହସପିଟାଲ ଯାଏ ରାଜପଥର ଉଭୟ ପାର୍ଶ୍ୱରେ ଥିବା ୧୫୦ରୁ ଅଧିକ ଗ୍ୟାରେଜକୁ ଉଚ୍ଛେଦ କରାଯାଇଛି ା ସେମାନଙ୍କୁ ଅନ୍ୟ ଏକ ସ୍ଥାନରେ ଥଇଥାନ ନ କରି ଅଚାନକ ଉଚ୍ଛେଦ କରାଯିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ତେବେ ଆଗକୁ ରାଜପଥ ପାର୍ଶ୍ୱରେ ହୋଇଥିବା ଏପରି ବେଆଇନ ଜବରଦଖଲ ଉଚ୍ଛେଦ ଜାରି ରହିବ ବୋଲି ତହସିଲଦାର ପ୍ରଧାନ ଟୁଲ୍ଲି ଆମ୍ମା କହିଛନ୍ତି। ଏହି ସମୟରେ ତହସିଲଦାରଙ୍କ ସହ ଏସଡିପିଓ ଅରୁପ ଅଭିଷେକ ବେହେରା, ଟାଉନ ଥାନା ଅଧିକାରୀ ସଞ୍ଜୟ ମଣ୍ଡଳ, ଜାତୀୟ ରାଜପଥ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡାରେ ହାଣି ଦେଇଗଲେ…

ଜୟପୁର,୩୧ା୩(ପବନ ପାଣିଗ୍ରାହୀ):କୋରାପୁଟ ଜିଲା ଜୟପୁର ସଦର ଥାନା ଅଞ୍ଚଳରେ ଜଣଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ଫାମ୍ପୁଣିର ପଦ୍ମନ ହରିଜନ। ମିଳିଥିବା ସୂଚନା...

୨ ସୁଟକେଶରୁ ମିଳିଲା ୩୦ କେଜି ଗଞ୍ଜେଇ ଜବତ: ୩ ଗିରଫ

କୋରାପୁଟ,୩୧।୩(ଅମିତାଭ ବେହେରା): କୋରାପୁଟ ରେଳବାଇ ଷ୍ଟେଶନରେ ସୋମବାର ସକାଳେ ଜିଆରପି ଏବଂ ଆରପିଏଫ ପକ୍ଷରୁ ଦୁଇଟି ଟ୍ରେନରେ ତଲାସୀ ପରେ ସୁଟକେସରେ ଗଞ୍ଜେଇ ଥିବା ଦେଖିବାକୁ...

ସରିଲା ଓକିଲ ସଂଘ ନିର୍ବାଚନ: ଆସିଲା ଫଳାଫଳ, ଜାଣନ୍ତୁ କିଏ ସଭାପତି, କିଏ ସମ୍ପାଦକ

କୋରାପୁଟ/ସେମିଳିଗୁଡା/ସୁନାବେଡା/କୋଟପାଡ଼,୨୯ା୩(ଅମିତାଭ ବେହେରା/ ବାସୁଦେବ ବରାଡ଼/କୃତ୍ତିବାସ ପ୍ରଧାନ/କେ.ରାଜଶେଖର ରାଓ): କୋରାପୁଟ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଥିବା ବେଳେ ପ୍ରଭାତ କୁମାର ମହାପାତ୍ର ସଭାପତି ନିର୍ବାଚିତ...

କୋରାପୁଟ ଓକିଲ ସଂଘ ନିର୍ବାଚନ: ସଭାପତି ପଦବୀ ଲାଗି ଚାଲିଛି ମତଦାନ

କୋରାପୁଟ,୨୯।୩(ଅମିତାଭ ବେହେରା): କୋରାପୁଟ ଓକିଲ ସଂଘର ନିର୍ବାଚନ ଶନିବାର ସକାଳ ୮ ଟାରୁ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୬୦ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ...

କୋଟିଆରେ ଆନ୍ଧ୍ର କରୁଛି E-KYC, ଓଡ଼ିଶା ବ୍ଲକ ପ୍ରଶାସନ ନିକଟରେ ନାହିଁ ଖବର

ପଟ୍ଟାଙ୍ଗି,୨୯ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମବାସୀଙ୍କ ନିକଟରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ସରକାରୀ କର୍ମଚାରୀ...

ଡିଜିପି ପୋଲିସ ଡିସ୍କ ସମ୍ମାନ ପାଇବେ ମନୋବ୍ରତା

କୋରାପୁଟ,୨୮।୩(ଅମିତାଭ ବେହେରା): ପୋଲିସ ଚାକିରୀରେ ଉଲ୍ଲେଖନୀୟ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ଆସନ୍ତା ଏପ୍ରିଲ ପହିଲାରେ ହେବାକୁ ଥିବା ୯୦ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସରେ...

ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି ସୁପରଭାଇଜର

କୋରାପୁଟ,୨୭।୩( ଅମିତାଭ ବେହେରା): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ବୁର୍ଜା ଅଙ୍ଗନଓ୍ବାଡି କେନ୍ଦ୍ରରେ ନୂତନ କରି ଯୋଗ ଦେଇଥିବା ଜଣେ କର୍ମଚାରୀଙ୍କଠାରୁ ୫୦ ହଜାର ଟଙ୍କା...

ଗଞ୍ଜେଇ ଚାଲାଣ ବେଳେ ପୋଲିସକୁ ଗୁଳି, ୮ ଗିରଫ

ଜୟପୁର,୨୬।୩(ପବନ ପାଣିଗ୍ରାହୀ): ଗଞ୍ଜେଇ ଚାଲାଣ ବେଳେ ଜୟପୁର ସଦର ପୋଲିସ କଞ୍ଜେଇ ମାଳିଗୁଡା ରାସ୍ତାରେ ମଙ୍ଗଳବାର ଚଢ଼ାଉକରି ୮ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image