Posted inଜାତୀୟ

ତୀର୍ଥଯାତ୍ରୀ ବସ୍‌ ଆକ୍ରମଣରେ ବିଦେଶୀ ଆତଙ୍କବାଦୀ ସମ୍ପୃକ୍ତ

ନୂଆଦିଲ୍ଲୀ,୧୦ା୬: ଜମ୍ମୁ-କଶ୍ମୀରର ରେଆସିରେ ରବିବାର ସନ୍ଧ୍ୟାରେ ଏକ ତୀର୍ଥଯାତ୍ରୀ ବସ୍‌ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିବାରୁ ୯ଜଣଙ୍କ ମୃତ୍ୟୁ ଘଟିବା ସହ ୩୩ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ରାଜସ୍ଥାନର ଗୋଟିଏ ପରିବାରର ୪ ଜଣ ରହିଛନ୍ତି। ଏହି ଆକ୍ରମଣରେ ୩ ଜଣ ବିଦେଶୀ ଆତଙ୍କବାଦୀ ସମ୍ପୃକ୍ତ ଥିବା ଜଣାପଡ଼ିଛି।

ସେମାନଙ୍କୁ ଧରିବା ପାଇଁ ସୁରକ୍ଷା ବଳ ପକ୍ଷରୁ ତଲାସି ଅଭିଯାନକୁ ଜୋର୍‌ଦାର କରାଯାଇଛି। ତେବେ ସେମାନଙ୍କ ମଧ୍ୟରୁ ଅନୂ୍ୟନ ୨ଜଣ ଘଞ୍ଚ ଜଙ୍ଗଲ ମଧ୍ୟରେ ଲୁଚି ରହିଥିବାରୁ ସେମାନଙ୍କୁ ଖୋଜି ବାହାର କରିବା କଷ୍ଟକର ହୋଇପଡ଼ିଛି। ଆତଙ୍କବାଦୀମାନେ ଆମେରିକା ପ୍ରସ୍ତୁତ ଆସଲ୍ଟ ରାଇଫଲ୍‌ ଏମ୍‌୪ କାର୍ବାଇନ୍‌ ବ୍ୟବହାର କରିଥିଲେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି।
ଆତଙ୍କବାଦୀମାନେ ଡ୍ରାଇଭରଙ୍କୁ ଗୁଳି କରିବାରୁ ବସ୍‌ଟି ଘାଟି ତଳକୁ ଖସିପଡ଼ିଥିଲା। ସେଥିରେ ରାଜସ୍ଥାନ ସମେତ ଉତ୍ତରପ୍ରଦେଶ ଓ ଦିଲ୍ଲୀର ତୀର୍ଥଯାତ୍ରୀମାନେ ଥିଲେ। ପାକିସ୍ତାନ ସମର୍ଥତ୍ତ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (ଟିଆର୍‌ଏଫ୍‌) ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି। ପର୍ଯ୍ୟଟକ ଓ ବାହାର ଲୋକଙ୍କ ଉପରେ ଏଭଳି ଆକ୍ରମଣ ଜାରି ରହିବ ବୋଲି ଏହି ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri