Posted inଜାତୀୟ

ବିଦେଶୀ ମଧ୍ୟ ଅମରନାଥ ଯାତ୍ରାରେ ହୋଇଛନ୍ତି ସାମିଲ: ମନ୍‌ କି ବାତରେ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩୦।୭ : ମନ୍‌ କି ବାତ କାର୍ଯ୍ୟକ୍ରମର ୧୦୩ ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅମରନାଥ ଯାତ୍ରା ସମ୍ପର୍କରେ ମନ୍ତବ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଅମରନାଥ ଯାତ୍ରାରେ ଆମେରିକାର ବିଦେଶୀମାନେ ମଧ୍ୟ ଯୋଗ ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଗତ କିଛି ଦିନ ହେଲା ପ୍ରାକୃତିକ ବିପର୍ଯ୍ୟୟ କାରଣରୁ ଚିନ୍ତା ବଢ଼ିବାରେ ଲାଗିଛି। ଯମୁନା ପରି ଅନେକ ନଦୀରେ ବନ୍ୟା ଯୋଗୁ ଲୋକଙ୍କୁ ଅନେକ ସ୍ଥାନରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଘଟଣା ମଧ୍ୟ ଘଟିଛି। ଆମେ ଏସବୁ ସମସ୍ୟା ସହିତ ମୁକାବିଲା କରୁଛୁ। ସମସ୍ତଙ୍କ କଲ୍ୟାଣ ହେଉଛି ଭାରତର ଭାବନା ଏବଂ ଶକ୍ତି।

ଭାରତର ତୀର୍ଥଯାତ୍ରାର ଗୁରୁତ୍ୱ ବଢ଼ିଛି। ଏଥିରେ ସାମିଲ ହେବା ପାଇଁ ସାରା ବିଶ୍ୱରୁ ଲୋକମାନେ ଆସୁଛନ୍ତି। ଆମର ପର୍ବ, ଆମର ପରମ୍ପରା ଆମକୁ ଗତିଶୀଳ କରିଥାଏ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶରେ ବୃକ୍ଷରୋପଣର ରେକର୍ଡ ଉପରେ ଆଲୋକପାତ କରିଥିଲେ। ସେ କହିଥିଲେ ଉତ୍ତରପ୍ରଦେଶ ସରକାରଙ୍କ ଅଭିଯାନରେ ଦିନକୁ ୩୦ କୋଟି ଚାରା ରୋପଣ କରି ଏକ ରେକର୍ଡ ସୃଷ୍ଟି କରାଯାଇଛି। ଜନସାଧାରଣଙ୍କ ଅଂଶଗ୍ରହଣ ବିନା ଏଭଳି କାର୍ଯ୍ୟକ୍ରମ ସଫଳ ହୋଇପାରିବ ନାହିଁ।

ମଣିପୁରରେ ଜାତିଆଣ ହିଂସା ନେଇ ଦେଶର ଚିନ୍ତା ବଢ଼ିଛି। ସରକାର ଏନେଇ ପଦକ୍ଷେପ ଗ୍ରହଣ କରିଛନ୍ତି। ଚଳିତ ବର୍ଷ ୪ ହଜାର ମହିଳା ବିନା ପୁରୁଷ ସହଯୋଗୀଙ୍କ ସହାୟତାରେ ହଜ୍‌ ଯାତ୍ରା କରିବାକୁ ଯାଇଛନ୍ତି। ଦେଶରେ ଜଳର ଅଭାବ ନେଇ ପ୍ରଧାନମନ୍ତ୍ରୀ ଜର ସଂରକ୍ଷଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏନେଇ ସରକାର ୫୦ ହଜାର ଅମୃତ ସରୋବର ଯୋଜନା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି...

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ...

ଚତୁର୍ଥଥର ଭାଜପା ସରକାର ଆସିବ କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ…କାହିଁକି ଏମିତି କହିଲେ ନିତିନ ଗଡକରୀ

ନାଗପୁର,୨୩।୯: ନାଗପୁରରେ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ମୋଦି ସରକାରଙ୍କ ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ରାମଦାସ...

ତିରୁପତି ଲଡୁ ବିବାଦ: ମୋଦି ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୩।୯: ତିରୁପତି ମନ୍ଦିର ସହ ଜଡିତ ଲଡୁ ବିବାଦରେ ମୋଦିସରକାର ବଡ ପଦକ୍ଷେପ ନେଇଛନ୍ତି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଘିଅ ଯୋଗାଣକାରୀ କମ୍ପାନୀକୁ ଏକ କାରଣ...

ନୂଆ ରଣନୀତିରେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୯: ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ...

ପାତାଳରେ ରହିଲେ ବି ବଞ୍ଚି ପାରିବ ନାହିଁ ଚାଇନା-ପାକିସ୍ତାନ! ଡିଲ ପକ୍କା କରିବେ ଡୋଭାଲ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏଭଳି ଚୁକ୍ତି ହେବାକୁ ଯାଉଛି, ଯାହାକୁ ଶୁଣିଲେ ପାତାଳରେ ଥିବା ଶତ୍ରୁମାନଙ୍କର ଦାନ୍ତବି ଖଟା ହୋଇଯିବ। ଭାରତର କୂଟନୈତିକ,...

ଲେବାନନରେ ଫୁଟିଲା ପେଜର ବୋମା, ଭାରତରେ ବଢିଲା ସୁନାର ଦାମ!

ନୂଆଦିଲ୍ଲୀ,୨୩।୯: ପୁଣିଥରେ ସୁନା ଦର ବୃଦ୍ଧି ଭାରତରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଭାରତରେ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ୧୦ ଗ୍ରାମ...

ଘୃଣା ଦ୍ୱାରା କେହି ଉପକୃତ ହୁଅନ୍ତି ନାହିଁ, କାହିଁକି ଏମିତି କହିଲେ ରାହୁଲ

ନୂଆଦିଲ୍ଲୀ,୨୩ା୯: କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜମ୍ମୁ-କଶ୍ମୀରର ସୁରନକୋଟରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri