ବେଆଇନ ଗଛ କାଟୁଥିଲେ, ଧରିଲା ବନବିଭାଗ: ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୨୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବନବିଭାଗ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି I ବନ ବିଭାଗ ପକ୍ଷରୁ ଜନ ସାଧାରଣଙ୍କୁ ଜଙ୍ଗଲର ସୁରକ୍ଷା ଓ ବନ୍ୟ ପ୍ରାଣୀ ସୁରକ୍ଷା ପାଇଁ ଅନେକ ଜନ ସଚେତନତା କାର୍ଯ୍ୟକ୍ରମ କରି ସଚେତନତା କରୁଛି। କିନ୍ତୁ ଲୋକଙ୍କ ସଚେତନତାର ଅଭାବ ଯୋଗୁ ବନ୍ୟ ପ୍ରାଣୀ ଶିକାର ଓ ଜଙ୍ଗଲ ଧ୍ବଂସ କରୁଥିବା ଦେଖିବାକୁ ମିଳିଛି। ବେଆଇନ ଭାବେ ଗଛକାଟିବା ଘଟଣାରେ ୫ଜଣ ଅଭିଯୁକ୍ତଙ୍କୁ ବୁଧବାର ସନ୍ଧ୍ୟାବେଳେ କୋର୍ଟ ଚାଲାଣ କରିଛି ବନ ବିଭାଗ।

ସୁଚନା ଅନୁଯାୟୀ, ବିଶ୍ୱନାଥପୁର ରେଞ୍ଜ ଅନ୍ତର୍ଗତ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ବିଶନାଥପୁର ଭାରପ୍ରାପ୍ତ ରେଞ୍ଜର ତଥା ଏସିଏଫ ନରୋତ୍ତମ ମାଝୀଙ୍କ ନେତୃତ୍ୱରେ ବିଶନାଥପୁର ଫରେଷ୍ଟର ସୁରେଶ ଚନ୍ଦ୍ର ରାଉତ, ମୂଷାନାଲ ଫରେଷ୍ଟର ଚିନ୍ତାମଣି ମାଝୀ ସମେତ ବନବିଭାଗ କର୍ମଚାରୀମାନେ ଗଛ କାଟୁଥିବା ସମୟରେ ଚଢ଼ାଉ କରି ସୋମବାର ଅପରାହ୍ନ ୪ଟା ସମୟରେ ପିଲିକା ମାଝୀ,ଦୁଖା ମାଝୀ,ବକଲେ ମାଝୀ, ବଳଦେବ ମାଝୀ ଓ ଲମ୍ବୁ ମାଝୀ ୫ ଜଣଙ୍କୁ ଗିରଫ କରି ଥିଲା ବନବିଭାଗ। ଏନେଇ ଅନେକ ପଚରାଉଚରା ପରେ ବୁଧବାର ସନ୍ଧ୍ୟା ସମୟରେ ଉକ୍ତ ୫ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ବନ ବିଭାଗ ପକ୍ଷରୁ ଜଣାପଡିଛି।

ଏନେଇ ବିଶ୍ୱନାଥପୁର ଭାରପ୍ରାପ୍ତ ରେଞ୍ଜର ତଥା ଏସିଏଫ ନରୋତ୍ତମ ମାଝୀଙ୍କୁ ପଚାରିବାରୁ ବେଆଇନ ଭାବେ ଗଛ କାଟିବା ସମୟରେ ଆମେ ଚଡାଉ କରି ୫ ଜଣଙ୍କୁ ଗିରଫ କରି ତଦନ୍ତ କରୁଥିବା ବେଳେ ଏନେଇ ଓଡିଶା ବନ୍ୟ ସୁରକ୍ଷା ଆଇନ ୧୯୭୨ ଅନୁଯାୟୀ କେଶ ନଂ ୭୯/ ୨୪-୨୫ ରେ ଏକ ମାମଲା ରୁଜୁକରି ସେହି ୫ ଜଣଙ୍କୁ କୋର୍ଟ ଚାଲାଣ କରିଥିବା ପ୍ରକାଶ କରିଛନ୍ତି I ଗତ ଅକଟୋବର ମାସ ମଧ୍ୟ ବିଦ୍ୟୁତ ତାର ଲଗାଇ ବନ୍ୟଜନ୍ତୁ ଶିକାର କରୁଥିବା ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରି ବିଶ୍ୱନାଥପୁର ରେଞ୍ଜ ପକ୍ଷରୁ କୋର୍ଟ ଚାଲାଣ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା...

କିପରି ହୁଏ ନୂଆ ପୋପ୍‌ ନିର୍ବାଚନ: ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

ନୂଆଦିଲ୍ଲୀ,୨୨।୪: ୧୪୦ କୋଟି କାଥୋଲିକ୍‌ଙ୍କର ଧର୍ମୀୟ ମୁଖ୍ୟ ଥିବା ପୋପ୍‌ ଫ୍ରାନ୍ସିସଙ୍କ ପରଲୋକ ପରେ ଭାଟିକାନ୍‌ ନେତୃତ୍ୱବିହୀନ ହୋଇଛି। ନୂଆ ନେତା ନିର୍ବାଚନ ହେବା ପର୍ଯ୍ୟନ୍ତ...

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image