ଭାଲୁକୁ ଟ୍ରାଙ୍କୁଲାଇଜର କରିବାକୁ ଯାଇ ନିଜେ ଟ୍ରାଙ୍କୁଲାଇଜ ହୋଇଗଲେ ବନ କର୍ମଚାରୀ

ଢେଙ୍କାନାଳ,୧୦ା୯(ରତନ ନାୟାର): ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ୍‌ କଙ୍କଡ଼ାହାଡ଼ ସେକ୍ସନ କେରଜୋଳିଠାରେ ଉପଦ୍ରବ କରୁଥିବା ଏକ ଭାଲୁକୁ ମଙ୍ଗଳବାର ଅପରାହ୍ନରେ ଟ୍ରାଙ୍କୁଲାଇଜର କରାଯାଉଥିବା ବେଳେ ଟ୍ରାଙ୍କୁଲାଇଜର ଇଞ୍ଜେକ୍ସନ ବାଜି ବିରାଶାଳ ଫରେଷ୍ଟର ଦୀପକ ସାହୁ (୪୨) ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ କଟକ ସ୍ଥାନାନ୍ତର କରାଯାଇଛି।

ସ୍ଥାନୀୟ ବନବିଭାଗ କର୍ମଚାରୀଙ୍କ ସହଯୋଗରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କେରଜୋଳି ଗ୍ରାମରେ ଉପଦ୍ରବ କରୁଥବା ଭାଲୁ ଲୋକଙ୍କୁ ଆକ୍ରମଣ କରିବା ପାଇଁ ଗୋଡ଼ାଉଥିବାରୁ ଭାଲୁକୁ ନେଇ ଉକ୍ତ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା। ତେଣୁ ଭାଲୁର ଗତିବିଧିକୁ ନିରୀକ୍ଷଣ କରି ଭାଲୁକୁ ଟ୍ରାଙ୍କୁଲାଇଜର କରିବା ପାଇଁ ନିଷ୍ପତ୍ତି ହୋଇଥିଲା। ବନବିଭାଗର ଜଣେ କର୍ମଚାରୀ ଭାଲୁକୁ ଟ୍ରାଙ୍କୁଲାଇଜର କରୁଥିବା ବେଳେ ସେଠାରେ ଉପସ୍ଥିତ ଫରେଷ୍ଟର ଦୀପକ ସାହୁଙ୍କ ଦେହରେ ବାଜିଥିଲା।

ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ମେଡିକାଲ) ଡା. ସଂଗ୍ରାମ କେଶରୀ ଭୋଳ କହିଛନ୍ତି, ପରଜଙ୍ଗ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଜଣେ ଫରେଷ୍ଟର ଗୁରୁତର ଆହତ ହୋଇ ଆସିଥିଲେ। ତାଙ୍କର ଚିକିତ୍ସା କରାଯାଇଛି। ଏଠାରେ ଆଇସିୟୁ ନାହିଁ। ତାଙ୍କଠାରେ ଯେଉଁ ଇଞ୍ଜେକ୍ସନ ଲାଗିଛି, ସେଥିରେ କ’ଣ ଔଷଧ ଲାଗିଛି, ତାହା ଜାଣିବା ପାଇଁ ଏବଂ ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri