Categories: ଜାତୀୟ

ମୃତ ଅବସ୍ଥାରେ ମିଳିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ୍‌ଟି ରାମାରାଓଙ୍କ ଝିଅ

ହାଇଦ୍ରାବାଦ,୧ ।୮: ତେଲେଙ୍ଗାନାର ଟିଡିପି ସଂସ୍ଥାପକ ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନଟି ରାମାରାଓଙ୍କ ଝିଅ ଉମା ମାହେଶ୍ୱରିଙ୍କ ପରଲୋକ ହୋଇଛି । ହାଇଦ୍ରାବଦରେ ସେ ତାଙ୍କ ନିଜ ଘରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛନ୍ତି । ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ପହଞ୍ଚିବା ସହ ମୃତଦେହକୁ ଉଦ୍ଧାର କରି ସ୍ଥାନୀୟ ସରକାରୀ ହସ୍ପିଟାଲକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ସିଆରପିସି ଧାରା ୧୭୪ ଅନୁଯାୟୀ ଏକ ମାମଲା ରୁଜୁ କରାଯିବା ସହ ଘଟଣାର ଯାଞ୍ଚ ଆରମ୍ଭ କରାଯାଇଛି ।
ତେବେ କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହୋଇଛି ତାହା ଏପର୍ଯ୍ୟନ୍ତ ଜଣାପଡି ନାହିଁ । ଏହାସହ ଏହା ହତ୍ୟା ନା ଆତ୍ମହତ୍ୟା ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ ।

Share