ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ପରଲୋକ

ନୂଆଦିଲ୍ଲୀ,୧।୮: କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ। ୭୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଅନେକ ଦିନ ଧରି ସେ ରକ୍ତ କର୍କଟ ରୋଗରେ ପୀଡିତ ଥିଲେ ।

ଲଣ୍ଡନର କିଙ୍ଗସ କଲେଜ ହସ୍ପିଟାଲରେ ଚିକିତ୍ସା ପରେ ଗତ ମାସରେ ସେ ଭାରତ ଫେରିଥିଲେ। ଏମିତିକି ତାଙ୍କ ଚିକିତ୍ସା ପାଇଁ ବିସିସିଆଇ ପକ୍ଷରୁ ମଧ୍ୟ ୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା। ୧୯୮୩ ଦିନିକିଆ ବିଶ୍ୱକପ୍ ବିଜୟୀ ଭାରତୀୟ ଦଳର ସଦସ୍ୟ ହେଉଛନ୍ତି ଗାଏକ୍ୱାଡ। ୧୯୭୫ ମସିହାଠାରୁ ୧୯୮୭ ମସିହା ପର୍ଯ୍ୟନ୍ତ ସେ ୪୦ ଟେଷ୍ଟ, ୧୫ ଦିନିକିଆ ମ୍ୟାଚ ଖେଳିଛନ୍ତି। ୧୯୯୭ ମସିହାରେ ତାଙ୍କୁ ଭାରତୀୟ ଦଳର ପ୍ରଶିକ୍ଷକ ଭାବେ ନିଯୁକ୍ତ କରାଯାଇଥିଲା ।ତାଙ୍କ ସମୟରେ ପୂର୍ବତନ କ୍ରିକେଟର ଅନୀଲ କୁମ୍ବଲେ ପାକିସ୍ତାନ ବିପକ୍ଷରେ ଗୋଟିଏ ପାଳିରେ ସମସ୍ତ ୱିକେଟ ଅକ୍ତିଆର କରି ଚର୍ଚ୍ଚାକୁ ଆସିଥିଲେ । ଗାଏକ୍ୱାଡଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିସିସିଆଇ ସମ୍ପାଦକ ଜୟ ଶାହା ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୪ ତମ ଜନ୍ମଦିନ ପାଳନ କରିବେ ମୋଦି

ନୂଆଦିଲ୍ଲୀ,୧୭।୯: ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୭୪ ତମ ଜନ୍ମଦିନ ପାଳନ କରିବେ। ଏହାକୁ ନେଇ ଭାଜପା ନେତା, କର୍ମୀ ଏବଂ ସାଧାରଣ ଜନତାଙ୍କ...

ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ସରକାର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

‘ରାହୁଲଙ୍କ ଜିଭ କାଟିଲେ ୧୧ ଲକ୍ଷ ପୁରସ୍କାର ଦେବି’, ଶିବସେନା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ, ୧୬।୯: ମହାରାଷ୍ଟ୍ରର ଶିବଶେନା ବିଧାୟକ ସଞ୍ଜୟ ଗାଏକ୍ୱାଡ୍‌ ସୋମବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି।...

କଶ୍ମୀର ନିର୍ବାଚନ: ଆସିଲା କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଜାଣନ୍ତୁ କ’ଣ ସବୁ ରହିଛି ପ୍ରତିଶ୍ରୁତି…

ଶ୍ରୀନଗର,୧୬ା୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ଦଳୀୟ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ କୃଷକ, ମହିଳା ଏବଂ ଯୁବବର୍ଗଙ୍କ ପାଇଁ ଅନେକ...

ମମତାଙ୍କ ସହ ଆଲୋଚନାରେ ଯୋଗଦେଲେ ଡାକ୍ତର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

ଆତଙ୍କବାଦକୁ ପାତାଳରେ କବର ଦେବୁ: ଜମ୍ମୁ କଶ୍ମୀରରେ ଗର୍ଜିଲେ ଶାହା

ଶ୍ରୀନଗର,୧୬।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ ଚରମ ସୀମାରେ ରହିଛି। ନିର୍ବାଚନ ପୂର୍ବରୁ ରାଜନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରି ଭୋଟରଙ୍କୁ...

ଆଗାମୀ ୧୦୦୦ ବର୍ଷ ପ୍ଲାନିଂର ଖୁଲାସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ମୋଦି ୩.୦ର ୧୦୦ ଦିନ ସମାପ୍ତ ହୋଇଛି। ଗୁଜରାଟର ଗାନ୍ଧୀ ନଗରରେ ଆୟୋଜିତ ହୋଇଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ର...

ଉଦ୍‌ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri