ପରପାରିରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ

ଭୁବନେଶ୍ୱର,୫।୭: କାକଟପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ  ସୁରେନ୍ଦ୍ରନାଥ ନାୟକଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ।   ସୁରେନ୍ଦ୍ରନାଥ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ  । କାକଟପୁରରୁ ସେ ୭ ଥର ବିଧାୟକ ହୋଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ତାଙ୍କ ମରଶରୀରକୁ ଭୁବନେଶ୍ୱରସ୍ଥିତ ଘରୁ ପ୍ରଥମେ ଅଶୋକ ନଗର ନିଆଯିବ । ପରେ ସେଠାରୁ  ବିଧାନସଭା ଓ ପରେ ସଚିବାଳୟ ନିଆଯିବ । ସେଠାରେ ଉପସ୍ଥିତ ଲୋକେ ସୁରେନ୍ଦ୍ରନାଥଙ୍କ   ଶେଷ ଦର୍ଶନ କରିବେ। ସେଠାରୁ ପିପିଲି ଦେଇ ନିମାପଡ଼ା, ଗୋପ, କୋଣାର୍କ, କାକଟପୁର, ଅସ୍ତରଙ୍ଗ ନିଆଯିବ । ସେଠାରେ ସମର୍ଥକମାନେ ନିଜ ପ୍ରିୟ ନେତାଙ୍କୁ ଶେଷ ଦର୍ଶନ କରିବେ।

Share