ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ

କୃଷ୍ଣପ୍ରସାଦ,୨୪।୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା ବ୍ରହ୍ମଗିରିର ପୂର୍ବତନ ବିଧାୟକ ଅଜୟ କୁମାର ଜେନାଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୮୦ବର୍ଷ ବୟସ ହୋଇଥିଲା। ସେ କିଛିଦିନ ହେଲା ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସମ୍ପର୍କୀୟ ପ୍ରକାଶ କରିଛନ୍ତି। ମୃତ୍ୟୁ ଖବର ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି। ସେ ଜନତା ଦଳ ଟିକେଟ ପାଇ ଦୁଇଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଅଜୟ ୧୯୪୩ ଜୁଲାଇ ୨୭ ତାରିଖରେ ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଟିଟିପା ଜନ୍ମ ଗ୍ରହଣ କରିଥିଲେ।

Share