ଭବାନୀପାଟଣା,୪।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାର ପୂର୍ବତନ ବିଧାୟକ ଅଜିତ ଦାସଙ୍କର ଶୁକ୍ରବାର ସନ୍ଧ୍ୟାରେ ପରଲୋକ ହୋଇଛି। ଭବାନୀପାଟଣାସ୍ଥିତ ନିଜ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନଧରି ଅସୁସ୍ଥ ଥିବା ବେଳେ ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସଙ୍କ ବଡ଼ ଭାଇ। ତାଙ୍କ ମୃତ୍ୟୁ ଖବର ପାଇବା ପରେ ଜିଲାରେ ଶୋକରଛାୟା ଖେଳି ଯାଇଛି। ବିଭିନ୍ନ ବର୍ଗର ଲୋକେ ତାଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କରିଛନ୍ତି।