‘ହାତ’ ଧରିଲେ ରେମୁଣାର ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୧।୩: ବାଲେଶ୍ୱର ଜିଲା ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ସେମାବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଦର୍ଶନ ଗତ ମାର୍ଚ୍ଚ ୮ରେ ବିଜେଡିରୁ ଇସ୍ତଫା ଦେଇଥିଲେ। ଦଳରେ ତାଙ୍କୁ ଅଣଦେଖା ଓ ଅପମାନିତ କରାଯାଇଥିବାରୁ ସେ ଇସ୍ତଫା ଦେଇଥିବା ତାଙ୍କ ଇସ୍ତଫା ପତ୍ରରେ ଉଲ୍ଲେଖ କରିଥିଲେ।
୨୦୦୯ରେ ସୁଦର୍ଶନ ଜେନା ବିଜେଡି ଟିକେଟରେ ରେମୁଣାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୪ ନିର୍ବାଚନରେ ସେ ଭାଜପା ପ୍ରାର୍ଥୀଙ୍କଠାରୁ ହାରିଯାଇଥିଲେ। ୨୦୧୯ରେ ବିଜେଡି ତାଙ୍କୁ ଟିକେଟ ଦେଇ ନ ଥିଲା।

Share