ଭୁବନେଶ୍ୱର,୨୧।୪(ବ୍ୟୁରୋ): ଜଗତସିଂହପୁରର ପୂର୍ବତନ ଏମ୍ପି ତଥା କଟକ ପୌରପାଳିକାର ପ୍ରାକ୍ତନ ଅଧ୍ୟକ୍ଷ ଓ ବରିଷ୍ଠ ରାଜନେତା ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୮୨ ବର୍ଷ ବୟସରେ ଶୁକ୍ରବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
କାନୁନଗୋ ଜଗତସିଂହପୁର ଲୋକ ସଭା ଆସନରୁ ୧୯୯୯ ମସିହାରେ ବିଜୁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ। ଏଥିସହରାଜ୍ୟ ଅର୍ଥ କମିସନର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ ।