ପୂର୍ବତନ ମନ୍ତ୍ରୀ ଶେଖ୍‌ ମତଲୁବ ଅଲ୍ଲୀଙ୍କ ପରଲୋକ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ୍‌ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଗତ ୧୪ରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ କଂଗ୍ରେସ ଟିକେଟରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀରୁ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଗ୍ରାମ୍ୟ ଉନ୍ନୟନ, ଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ତାଙ୍କ ମୃତ୍ୟୁରେ ମାହାଙ୍ଗାରେ ଶୋକର ଛାୟା ଖେଳିଯାଇଛି।

Share