କଟକ ଅଫିସ,୧୪।୫: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ତେବେ ବୟସାଧିକ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୯୮୩ ମସିହାରୁ ୧୯୯୪ ମସିହା ଯାଏ ଜଷ୍ଟିସ ମିଶ୍ର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି।