ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୭।୧୧: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମଙ୍ଗଳବାର ଭୋର ୩.୨୫ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ନିକଟରେ ଅସୁସ୍ଥ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ବିଜେଡିର ଜଣେ ବରିଷ୍ଠ ନେତା ଥିଲେ। ପୁରୀ ବିଧାନସଭା ଆସନରୁ ସେ ଲଗାତର ୫ ଥର ନିର୍ବାଚିତ ହୋଇଥିଲେ। ୧୯୯୫ରୁ ୨୦୧୯ ପର୍ଯ୍ୟନ୍ତ ପୁରୀ ନିର୍ବାଚନମଣ୍ଡଳୀରୁ ପ୍ରତିନିଧତ୍ୱ କରିଥିଲେ। ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ଯେ ଓଡ଼ିଶା ବିଧାନସଭାରେ ବାଚସ୍ପତି ଦାୟିତ୍ୱ ତୁଲାଇଥିଲେ।
ପୁରୀରୁ କାଉନସିଲର୍‌ ଭାବେ ରାଜନୈତିକ କ୍ୟାରିୟର୍‌ ଆରମ୍ଭ କରିଥିବା ମହେଶ୍ବର ବିଜେଡି ଟିକେଟରେ ବିଧାୟକ ହୋଇଥିଲେ। ରାଜ୍ୟ ସରକାରଙ୍କ ଅଧୀନରେ ସେ ଆଇନ, ପଞ୍ଚାୟତିରାଜ, ରାଜସ୍ବ ବିଭାଗର ମନ୍ତ୍ରୀ ଥିଲେ। ପୁରୀରେ ତାଙ୍କ ପତିଆରା ଦୃଢ ଥିଲା। ସେ ଜିଲା ବିଜେଡିର ସଭାପତି ମଧ୍ୟ ଥିଲେ। ତାଙ୍କ ବିୟୋଗରେ ପୁରୀ ସମତେ ରାଜ୍ୟରେ ଶୋକର ଛାୟା ଖେଳିଯାଇଛି।

Share