ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ୱର,୨ା୯(ଅନିଲ ଦାସ): ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶନିବାର ପରଲୋକ ଘଟିଛି। ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି।  ସୂର୍ଯ୍ୟ ୧୯୪୮ ଡିସେମ୍ବର ୨୪ରେ ଜନ୍ମଗ୍ରହଣ କରିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ସେ ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିଲେ। ତାଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ସୂର୍ଯ୍ୟ ଜଣେ ଦକ୍ଷ ରାଜନୀତିଜ୍ଞ ଥିଲେ। ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ତଥା ୧୬ତମ ଓଡ଼ିଶା ବିଧାନସଭାର ବାଚସ୍ପତି ଥିଲେ। ୧୯୯୦, ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ମୋହନା ଓ ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ତମ, ୧୨ତମ, ୧୩ତମ, ୧୪ତମ, ୧୫ତମ ଓ ୧୬ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ସୂର୍ଯ୍ୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ। ସେ ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଥିଲେ। ପୂର୍ବରୁ ସେ ଓଡ଼ିଶା ବିଧାନସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପରେ ବାଚସ୍ପତି ଭାବରେ କାର୍ଯ୍ୟ କରିଥିଲେ।

Share