ପୂର୍ବତନ କେନ୍ଦ୍ରମନ୍ତ୍ରୀ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ,୩।୧୦: ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟ୍ବିଟ୍‌ କରି ରବିବାର ଏହି ସୂଚନା ଦେଇଛନ୍ତି।
ଥଣ୍ଡାରେ ପୀଡ଼ିତ ପରେ ଅସୁସ୍ଥ ଅନୁଭବ କରିବାରୁ ନମୁନା ପରୀକ୍ଷା କରାଇଥିଲେ। ରବିବାର ତାଙ୍କର ପଜିଟିଭ୍‌ ଥିବା ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଦୁଲାଲ ସେନ ଜଗଦ୍ଦେବ ଜଣାଇଥିଲେ। ତାଙ୍କୁ ଉତ୍ତମ ଚିକିତ୍ସା ପାଇଁ ଆମ୍ବୁଲାନ୍ସରେ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ସେ ଏମ୍ସରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ସୂଚନା ଦେଇଛନ୍ତି। ତାଙ୍କ ସମ୍ପର୍କରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରିବାକୁ ସେ ନିବେଦନ କରିଛନ୍ତି।

Share