ମିଳିଗଲା ଯୋଡ଼ି

ଓଡ଼ିଆ ସିନେମାରେ ଏବେ ଆଗଧାଡ଼ିର ପ୍ରଯୋଜକ ରମେଶ ବାରିକ ନିଜର ମନଲାଖି ଯୋଡ଼ି ପାଇଯାଇଛନ୍ତି। ଅର୍ଥାତ୍‌ ବର୍ତ୍ତମାନ ମିଳିତ ଭାବରେ ଚଳଚ୍ଚିତ୍ରଟିଏ ନିର୍ମାଣ କରିବାକୁ ଲକ୍ଷ୍ୟ ରଖି ସେ ଆଗଉଛନ୍ତି। ଆଉ ସେତିକିବେଳେ ତାଙ୍କ ସହ ଯୋଡ଼ି ହୋଇଛନ୍ତି ନବାଗତ ପ୍ରଯୋଜକ କେ. ତମନ୍ନା। ଦୁହିଁଙ୍କର ମିଳିତ ପ୍ରଯୋଜନାରେ ପ୍ରସ୍ତୁତ ହୋଇଛି ଏବଂ ଭିନ୍ନ ଧରଣର ଓଡ଼ିଆ ଚଳଚ୍ଚିତ୍ର ‘କଟକ ଓ୍ବେଡ୍‌ସ ସମ୍ବଲପୁର’। କଟକ ଏବଂ ସମ୍ବଲପୁରର ଚାଲିଚଳଣି, ପରମ୍ପରାକୁ ଆଧାର କରି ଏହି ଚିତ୍ରଟି ନିର୍ମିତ ହୋଇଛି। ଏ ସମ୍ପର୍କରେ ରମେଶ କହନ୍ତି, ‘ଯେତେବେଳେ କେ. ତମନ୍ନାଙ୍କ ସହ ଭେଟ ହେଲା, ସେତେବେଳେ ତାଙ୍କର ଯୋଜନା ମୋତେ ବେଶ୍‌ ପ୍ରଭାବିତ କରିଥିଲା। ଆଉ ତା’ପରେ ଦୁହେଁ ଏକାଠି ସିନେମା ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଥିଲୁ। ‘କଟକ ଓ୍ବେଡ୍‌ସ ସମ୍ବଲପୁର’ କାହାଣୀ, କଳାକାର ଚୟନ, ସଙ୍ଗୀତ, ସଂଳାପ ଏବଂ ଶୁଟିଂ-ସବୁ ଜିନିଷ ପ୍ରତି ସମାନ ଦୃଷ୍ଟି ଦିଆଯାଇଛି। ଦର୍ଶକ ଏଥିରୁ ଶତ ପ୍ରତିଶତ ମନୋରଞ୍ଜନ ପାଇବେ ବୋଲି ମୋର ଦୃଢ଼ ଆଶା ରହିଛି। ଆଗକୁ ଆମେ ମିଳିତ ଭାବରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜନା କରିବାକୁ ସ୍ଥିର କରିଛୁ। ଆର.ଆର. ଇଭେଣ୍ଟ୍‌ସ ଏବଂ ଷ୍ଟୁଡିଓ ୩୬୫ ବ୍ୟାନରରେ ତଥା ବାପି ଡେଭିଡ୍‌ଙ୍କ ନିର୍ଦ୍ଦେଶନାରେ ଏହି ଫିଲ୍ମଟି ଚଳିତ ମାସ ୧୯ରେ ପରଦା ଉପରକୁ ଆସିବାକୁ ଯାଉଛି। ସମ୍ବିତ ଏବଂ ନବାଗତା ସୁସ୍ମିତା ପ୍ରଧାନଙ୍କ ବ୍ୟତୀତ କୁନା ତ୍ରିପାଠୀ, ପିଣ୍ଟୁ ନନ୍ଦ, ପ୍ରଦୀପ ଦେବତା, ଗୁଡ୍ଡୁ, ମହାପ୍ରସାଦ କର (ରାଜା)ଙ୍କୁ ଏହାର ବିଭିନ୍ନ ଭୂମିକାରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍‌ଡ ରେକର୍ଡ

ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ...

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri