ଆର୍‌ଡିଏସ୍‌ଏସ୍‌ ପ୍ରକଳ୍ପର ଭିତ୍ତିପ୍ରସ୍ତର

ନୂଆଦିଲ୍ଲୀ,୧୧।୮: ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ପାଓ୍ବାର ଗ୍ରୀଡ୍‌)ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ରିଭାମ୍ପପ୍‌ଡ ଡିଷ୍ଟ୍ରିବ୍ୟୁଶନ ସେକ୍ଟର ସ୍କିମ୍‌(ଆର୍‌ଡିଏସ୍‌ଏସ୍‌)ର ଭିତ୍ତିପ୍ରସ୍ତର ଉତ୍ସବ ନିକଟରେ ଆୟୋଜିତ ହୋଇଯାଇଛି। ଏପରିକି ୟୁନିୟନ ଟେରିଟୋରି(ୟୁଟି) ଲାଦାଖର ରାଜ ନିୱାସ ଲେଠାରେ ଏକ ସ୍ବତନ୍ତ୍ର ସମାରୋହ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଲ୍ୟୁଟ୍‌ନାଣ୍ଟ ଗଭର୍ନର, ଲଦାଖ, ବ୍ରିଗ.(ଡ) ବି.ଡି . ମିଶ୍ର (ରିଟାୟର୍ଡ) ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଭିତ୍ତିପ୍ରସ୍ତର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଡଭୋକେଟ୍‌ ତାସି ଗିଆଲସନ୍‌ ଚେୟାରମ୍ୟାନ୍‌/ ସିଇସି ଏଲ୍‌ଏଏଚ୍‌ଡିସି ଲେ, ଡ. ଜାଫର ଆଖୋନ୍‌, ଚେୟାରମ୍ୟାନ୍‌/ସିଇସି ଏଲ୍‌ଏଏଚ୍‌ଡିସି କାର୍‌ଗିଲ, ଡ. ପୱନ କୋଟୱାଲ,ଆଇଏଏସ୍‌,ଲ୍ୟୁଟ୍‌ନାଣ୍ଟ ଗଭର୍ନରଙ୍କ ଉପଦେଷ୍ଟା ଲଦାଖ, ,ଆର୍‌.କେ.ତ୍ୟାଗୀ, ଅଧ୍ୟକ୍ଷ ପରିଚାଳନା ନିର୍ଦ୍ଦେଶକ, ପାୱାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ ଏବଂ ବିକ୍ରମ ସିଂ ମଲିକ, ଆଇଏଏସ୍‌, ପ୍ରଶାସନିକ ସଚିବ, ଶକ୍ତି ବିକାଶ ବିଭାଗ, ଲଦାଖ ୟୁଟି, ସନ୍ତୋଷ ସୁଖଦେବ, ଆଇଏଏସ୍‌, ଡେପୁଟି କମିଶନର, ଲେହ ଲଦାଖ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ, ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ୍‌ ଅଫ୍‌ ଇଣ୍ଡିଆ ଲିମିଟେଡ୍‌, ଲଦାଖର ଶକ୍ତି ବିକାଶ ବିଭାଗ ୟୁଟି ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ପାଓ୍ବାର ଗ୍ରୀଡ୍‌ର ସିଏମ୍‌ଡି ଆର୍‌.କେ. ତ୍ୟାଗୀ କହିଥିଲେ, ଆମେ ଆମର ନୂତନ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତରକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମେ ଆମର ପ୍ରତିଶ୍ରୁତି ଅନୁଯାୟୀ ସମ୍ପୃକ୍ତ ଅଞ୍ଚଳରେ ବିକାଶ କରାଯିବା ସହ ଲଦାଖର ଶକ୍ତି ଭିତ୍ତିଭୂମିର ସ୍ଥାୟୀ ବିକାଶ ଉପରେ ସେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri