କାୟା ବିସ୍ତାର କରୁଛି ଓମିକ୍ରନ୍‌, ରାଜଧାନୀରେ ୪ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୪ ।୧୨: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନରେ ଆଉ ୪ ଜଣ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଏହାକୁ ନେଇ ରାଜଧାନୀରେ ମୋଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି । ଏବେ ଜଣେ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଯାଇଥିବା ବେଳେ ଅନ୍ୟମାନେ ଚିକିତ୍ସିତ ଅଛନ୍ତି । ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏହି ସୂଚନା ଦେଇଛନ୍ତି । ଏହାକୁ ନେଇ ଏବେ ଦେଶରେ ମୋଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି । ରାଜଧାନୀରେ ଏବେ ୨୫କରୋନା ସଂକ୍ରମିତଙ୍କ ସହ ୩ ସନ୍ଦିଗ୍ଧ ଲୋକ ନାୟକ ଜୟପ୍ରକାଶ ନାରାୟଣ ହସ୍ପିଟାଲରେ ଚିକତ୍ସିତ ହେଉଥିବା ଜୈନ ସୂଚନା ଦେଇଛନ୍ତି ।

Share