ସୁଭଦ୍ରା ଯୋଜନାରେ ସାମିଲ କରିବାକୁ କହି ମହିଳାଙ୍କୁ ଠକେଇ

ଖଡ଼ିଆଳ,୧୩ା୬(ସୁଜିତ କୁମାର ପ୍ରଧାନ)- ଚଳିତ ସାଧାରଣ ନିର୍ବାଚନରେ ଭାଜପା ତା’ର ନିର୍ବାଚନୀ ଇସ୍ତାହାରରେ ସୁଭଦ୍ରା ଯୋଜନାକୁ ନେଇ ଭୋଟରଙ୍କ ନିକଟରେ ପହଞ୍ଚି ଥିଲା। ନିର୍ବାଚନ ସରିବା ପରେ ଭାଜପା ସରକାର ଗଠନ ପୂର୍ବରୁ କିଛି ଠକ ସଂସ୍ଥାର କର୍ମଚାରୀ ଗାଁ ଗାଁ ବୁଲି ମହିଳାମାନଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବା ନଁାରେ ଟଙ୍କା ଠକୁଥିବା ଘଟଣା ନଜରକୁ ଆସିଛି।

ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ୍‌ ବଡ଼ଦୋହେଲ ପଞ୍ଚାୟତର ବିଭିନ୍ନ ଗାଁରେ କିଛି ଅନ୍‌ଲାଇନ ସଂସ୍ଥାର ନାମ ନେଇ ସମ୍ପୃକ୍ତ କର୍ମଚାରୀ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ କହି ମହିଳାଙ୍କଠାରୁ ୨ଶହ ଟଙ୍କା ଲେଖାଏ ଠକି ନେଇଛନ୍ତି। ଏହି ପଞ୍ଚାୟତ ଲଛିପୁର ଗାଁରେ ୨୦ରୁ ୨୫ଜଣ ମହିଳାଙ୍କଠାରୁ ରାଶନ କାର୍ଡ ଓ ଆଧାର କାର୍ଡର କପି ଶହ ୨୦୦ଟଙ୍କା ଲେଖାଏ ଠକିନେଇଛନ୍ତି।

ଅନ୍ୟ ମହିଳାଙ୍କଠାରୁ ଟଙ୍କା ସଂଗ୍ରହ ସମୟରେ ଗାଁର କେତେଜଣ ଯୁବକ ସନ୍ଦେହକରି ବିରୋଧ କରିବାରୁ ସମ୍ପୃକ୍ତ କର୍ମଚାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ମହିଳାମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଖଡିଆଳ ବିଡିଓ ବୀରସେନ ବେହେରାଙ୍କୁ ପଚାରିବାରୁ ଲୋକେ ସଚେତନ ହେବା ଆବଶ୍ୟକ, ଏ ନେଇ ଅଭିଯୋଗ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ

ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ...

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ...

ଖବରଦାତାଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଧର୍ମେନ୍ଦ୍ର: ପେନସନ୍‌ ବ୍ୟବସ୍ଥା ପାଇଁ…

ଭୁବନେଶ୍ୱର, ୨୨ା୧୨(ସୁନିତ୍‌ ମିଶ୍ର):ଓଡ଼ିଶାରେ ଖବରଦାତା ବନ୍ଧୁମାନେ ଖବର ପ୍ରସାରଣ ସହ ବିଭିନ୍ନ କାର୍ଯ୍ୟରେ ଗୁରୁଦାୟିତ୍ୱ ନିର୍ବାହ କରୁଛନ୍ତି। ଓଡ଼ିଶାର ଅଧିକାରରେ ଖବରଦାତା ବନ୍ଧୁମାନଙ୍କ ମଧ୍ୟ ଦାୟିତ୍ୱ...

ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri