ସୁଭଦ୍ରା ନାଁ’ରେ ବଡ଼ ଠକେଇ: ମହିଳାଙ୍କ ଖାତାରୁ ୧୨ ହଜାର ଟଙ୍କା ଗାଏବ

ନିମାପଡ଼ା,୧୬।୯(ବିଚିତ୍ରାନନ୍ଦ ସାହୁ): ସୁଭଦ୍ରା ଯୋଜନାରେ ମହିଳାମାନଙ୍କ ଖାତାକୁ ଟଙ୍କା ଯିବାର ଗୋଟିଏ ଦିନ ପୂର୍ବରୁ ବଡ଼ ଠକେଇରେ ପଡିଛନ୍ତି ମହିଳା। ଚାହୁଁଛହୁଁ ଖାତାରୁ ଉଡିଯାଇଛି କଷ୍ଟ ଅର୍ଜିତ ୧୨ ହଜାର ଟଙ୍କା। ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଢ଼ଳେଶର ପଞ୍ଚାୟତର ଦହିଜଙ୍ଗ ଗ୍ରାମର ଲୁଇସ ସ୍ୱାଇଁ ନାମକ ମହିଳା ଏଠି ଠକାମିର ଶିକାର ହୋଇଛନ୍ତି। ଠକ ଜଣକ ମହିଳାଙ୍କୁ ଫୋନ୍ କରି କହିଥିଲେ ଯେ, ଆପଣଙ୍କ ଖାତାରୁ ସୁଭଦ୍ରା ଟଙ୍କା ଆସଛି, ମେସେଜରେ ଆସିଥିବା ଲିଙ୍କ ଉପରେ କ୍ଲିକ୍ କରନ୍ତୁ। ଏହାପରେ ମହିଳା ଜଣକ ସେହି ଲିଙ୍କରେ କ୍ଲିକ କରି ନିଜର ୧୨ ହଜାର ଟଙ୍କା ହରାଇ ବସିଛନ୍ତି।

ଘଟଣା ସମ୍ପର୍କରେ ମହିଳା ଜଣକ ତାଙ୍କର ସ୍ୱାମୀ ଜିତେନ୍ଦ୍ର କୁମାର ସ୍ୱାଇଁଙ୍କୁ ଜଣାଇବା ପରେ ସେ ନିମାପଡା ସାଇବର ପୋଲିସ ଷ୍ଟେସନରେ ଅଭିଯୋଗ କରିଥିବା ସୂଚନା ଦେଇଛନ୍ତି।

ଏହାପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ ଓଡିଶା ସରକାର କୌଣସି ଲିଙ୍କ ପଠାଇବେ ନାହିଁ କିମ୍ବା ହିତାଧିକାରୀଙ୍କୁ କଲ କରିବେ ନାହିଁ। ‘ସୁଭଦ୍ରା’ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା ହେବ। ଏଥିପାଇଁ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି।

ଏହି ଯୋଜନା ପାଇଁ ଏପର୍ଯ୍ୟନ୍ତ ୬୫ ଲକ୍ଷ ମହିଳା ହିତାଧିକାରୀ ପଞ୍ଜୀକୃତ ହୋଇଥିବା ସେ ସୂଚନା ଦେଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡିଶା ଗସ୍ତ କରି ସେପ୍ଟେମ୍ବର ୧୭ ରେ ‘ସୁଭଦ୍ରା’ ଯୋଜନା ଆରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା କଫ ସିରପ୍‌, ମାଡିବସିଲା ପୋଲିସ: ୨ ଗିରଫ

ବଲାଙ୍ଗୀର, ୧୦ା୩(ସୁନିଲ କୁମାର ମହାନ୍ତି): ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ବେଆଇନ କଫ ସିରପ। ପୋଲିସ ଆଖିରେ ଧୂଳି ଦେଇ କଫ ସିରପ ବେପାରୀମାନେ ଏଭଳି ଅଭିନବ...

ଜାଣନ୍ତୁ ନବୀନଙ୍କୁ ଭେଟି କ’ଣ କହିଲେ ମନ୍ମମଥଙ୍କ ପତ୍ନୀ

ଭୁବନେଶ୍ୱର,୧୧।୩: ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ସୁର ରାଉତ ରାୟଙ୍କ ପୁଅ ମନ୍ମମଥ ନିକଟରେ ବିବାହ କରିଛନ୍ତି। ତେବେ ସେ ତାଙ୍କ ପତ୍ନୀଙ୍କୁ ନେଇ ବିଜେଡି...

୧୧ ବର୍ଷରେ ୩୮ ହାତେଇଛନ୍ତି ଜିଏ ପ୍ଲଟ

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ଗତ ୧୧ବର୍ଷ ମଧ୍ୟରେ ବିଏମ୍‌ସି ଅଞ୍ଚଳରେ ୩୮ ଜଣଙ୍କୁ ଜିଏ ପ୍ଲଟ ଆବଣ୍ଟନ କରାଯାଇଛି। ସେଥିମଧ୍ୟରେ ୧୩ଜଣ ବ୍ୟକ୍ତିବିଶେଷ ରହିଥିବାବେଳେ ୨୫ ଅନୁଷ୍ଠାନ...

ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବର ଆଜି ଯାଞ୍ଚ

ଯାଜପୁରରୋଡ୍‌,୧୧ା୩(ପବିତ୍ର ରଞ୍ଜନ ମହାନ୍ତି):ବ୍ୟାସନଗର ପୌର ପରିଷଦ ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବର ଯାଞ୍ଚ ପାଇଁ ନିର୍ଦ୍ଦେଶ ହୋଇଛି। ଯାଜପୁର...

ଟ୍ରାକରେ ଆମ୍ବୁଲାନ୍ସ ପଶିଯିବା ପରେ ମାମଲା ରୁଜୁ କଲା ରେଳବାଇ

ରାୟଗଡା,୧୧।୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଶିକରପାଇ ଓ ଭାଲୁମସ୍କା ରେଳ ଷ୍ଟେଶନର ମଧ୍ୟବର୍ତ୍ତୀ ସ୍ଥାନରେ ସୋମବାର ଏକ ଆମ୍ବୁଲାନ୍ସ ଅନଧିକାର ଭାବରେ ରେଳ ଟ୍ରାକ...

ଦୁଇ ସାଙ୍ଗ ଘରକୁ ଫେରୁଥବା ବେଳେ ଘଟିଲା ଦୁର୍ଘଟଣା : ଜଣଙ୍କ ଆଗରେ ଚାଲିଗଲା ଆଉଜଣଙ୍କ ଜୀବନ

ଦିଗପହଣ୍ଡି,୧୧।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗଙ୍ଗାପୁର ପଞ୍ଚାୟତ ନରସିଂହଗଡ଼ ଗ୍ରାମ ନିକଟସ୍ଥ ପିପିଲିଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା ଘଟିଥିଲା।...

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ...

ବିବାହ ବନ୍ଧନରେ ଆବଦ୍ଧ ହେବେ ପୂର୍ବତନ ସାଂସଦ ପ୍ରଦୀପ ମାଝୀ

ଭୁବନେଶ୍ୱର,୧୧।୩: ବିଜେଡି ନେତା ଏବଂ ପୂର୍ବତନ ନବରଙ୍ଗପୁର ସାଂସଦ ପ୍ରଦୀପ କୁମାର ମାଝୀ ମାର୍ଚ୍ଚ ୧୨ରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସୂତ୍ର ଅନୁସାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri