କୋଲକାତାକୁ ମାଗଣା ବସ୍‌ ସେବା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣା ପରେ ରେଳ ସେବା ବାଧାପ୍ରାପ୍ତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଲକାତାକୁ ମାଗଣା ବସ୍‌ ସେବା ଆରମ୍ଭ ଘୋଷଣା କରିଛନ୍ତି। ପୁରୀ, ଭୁବନେଶ୍ବର ଓ କଟକରୁ କୋଲକାତାକୁ ମାଗଣା ବସ୍‌ ଚାଲିବା ନେଇ ସମସ୍ତ ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବହନ କରାଯିବ। ବାଲେଶ୍ବର ରୁଟ୍‌ରେ ଟ୍ରେନ ଚଳାଚଳ ସ୍ବାଭାବିକ ହେବା ପର୍ଯ୍ୟନ୍ତ ଏହି ସେବା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Share