ନିଃଶୁଳ୍କ ସ୍ଵାସ୍ଥ୍ୟସେବା ଯୋଜନା ବାଟବଣା

ବାଲେଶ୍ୱର ଅଫିସ, ୪।୬ ବାଲେଶ୍ୱର ଫକୀରମୋହନ ମେଡ଼ିକାଲ୍‌ କଲେଜ ହସପିଟାଲରେ ନିଯୁକ୍ତି ପାଇଥିବା କେତେକ ବିଶେଷଜ୍ଞ ଡାକ୍ତର ନିଜର କର୍ତ୍ତବ୍ୟରେ ଅବହେଳା କରି ଘରୋଇ ଚିକିତ୍ସା କରୁଥିବା ଅଭିଯୋଗ ହୋଇଛି। ଏନେଇ ବାଲେଶ୍ୱର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ଉଦ୍‌ବେଗ ପ୍ରକାଶ କରିଛି। ରାଜ୍ୟ ଓ କେନ୍ଦ୍ର ସରକାର ରୋଗୀମାନଙ୍କ ପାଇଁ ବ୍ୟବସ୍ଥା କରିଥିବା ନିଃଶୁଳ୍କ ସ୍ବାସ୍ଥ୍ୟସେବା ଯୋଜନାକୁ ଭ୍ରୁକ୍ଷେପ ନ କରି ନିଜର ସ୍ଵାର୍ଥ ହାସଲ ପାଇଁ ଡାକ୍ତରମାନେ ଘରୋଇ କ୍ଲିନିକ୍‌, ଔଷଧ ଦୋକାନରେ ଦୀର୍ଘ ସମୟ ଧରି ଶୁଳ୍କଯୁକ୍ତ ସେବା ଯୋଗାଉଥିବା ଦେଖିବାକୁ ମିଳିଛି। ଏହାକୁ ବିରୋଧ କରି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶୁକ୍ରବାର ଜିଲାରେ ଥିବା ଦୁଇଜଣ ଡ୍ରଗ୍‌ସ ଇନ୍ସପେକ୍ଟରଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହାର ତୁରନ୍ତ ପ୍ରତିକାର କରା ନ ଗଲେ କମିଟି ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦିଆଯାଇଛି।
ମେଡ଼ିକାଲ୍‌ କଲେଜର ହସପିଟାଲରେ ନିଯୁକ୍ତି ପାଇଥିବା କେତେକ ବିଶେଷଜ୍ଞ ଡାକ୍ତରମାନେ ନିଜର ସରକାରୀ କାର୍ଯ୍ୟରେ ଅବହେଳା କରୁଛନ୍ତି। ସରକାରୀ ଡାକ୍ତରଖାନାରେ ବହୁ ପ୍ରକାର ପରୀକ୍ଷା ନିରୀକ୍ଷା ପାଇଁ ସୁଯୋଗ ଥିବାବେଳେ ରୋଗୀମାନଙ୍କୁ ନିର୍ଦ୍ଦିଷ୍ଟ କେତେକ ଘରୋଇ ପରୀକ୍ଷାକେନ୍ଦ୍ରକୁ ପଠାଉଛନ୍ତି। ଫଳରେ ରୋଗୀମାନେ ନିଶୁଳ୍କ ସରକାରୀ ସ୍ବାସ୍ଥ୍ୟ ପରିବର୍ତ୍ତେ ଶୋଷଣର ଶୀକାର ହେଉଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଉପରେ ମେଡିକାଲ କଲେଜ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ମଧ୍ୟ ଅବଗତ କରାଯାଇଛି। ଏହି ସମସ୍ୟା ନିରାକରଣ ଦିଗରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରନ୍ତି ତେବେ ଆସନ୍ତା ଜୁଲାଇରୁ କ୍ରିୟାନୁଷ୍ଠାନ କମିଟି ଜିଲାବାସୀଙ୍କ ସହଯୋଗରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି। କ୍ରିୟାନୁଷ୍ଠାନ କମିଟିର କାର୍ଯ୍ୟକାରୀ ସଭାପତି ନିରଞ୍ଜନ ପରିଡ଼ାଙ୍କ ନେତୃତ୍ୱରେ ଗୌରାଙ୍ଗ ପାଣିଗ୍ରାହୀ, ପ୍ରଫୁଲ ଦାସ, ମିନତି ରାୟ ଓ ଶ୍ୟାମସୁନ୍ଦର ଜେନା ପ୍ରମୁଖ କର୍ମକର୍ତ୍ତା ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ

ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri