Posted inଜାତୀୟ

ମାଗଣାରେ ମିଳିବ ରାଶନ, ୫ ବର୍ଷ ଚାଲିବ ଗରିବ କଲ୍ୟାଣ ଅନ୍ନ ଯୋଜନା, ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଡ୍ରୋନ…

ନୂଆଦିଲ୍ଲୀ,୨୯।୧୧ : କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ସରକାର ନେଇଥିବା ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଗରିବ କଲ୍ୟାଣ ଅନ୍ନ ଯୋଜନା ଆସନ୍ତା ଜାନୁୟାରୀ ୨୦୨୪ରୁ ଆସନ୍ତା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯିବ। କୋଭିଡ ୧୯ ମହାମାରୀ ସମୟରେ ଏହି ଯୋଜନା ଆରମ୍ଭ ହୋଇଥିଲା। କେନ୍ଦ୍ର ମନ୍ତ୍ରୀ କହିଛନ୍ତି ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରାୟ ୧୩.୫୦ କୋଟି ଭାରତୀୟ ଦାରିଦ୍ର ସ୍ତରରୁ ଉପରକୁ ଉଠିଛନ୍ତି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଏକ ବଡ ସଫଳତା।

ଅନୁରାଗ ଠାକୁର ସୂଚନା ଦେଇଛନ୍ତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଡ୍ରୋନ ଯୋଗାଇବା ପାଇଁ କେନ୍ଦ୍ର କ୍ୟାବିନେଟ ଏହି ଯୋଜନାକୁ ଅନୁମୋଦନ କରିଛନ୍ତି। କୃଷକମାନଙ୍କୁ କୃଷି ବ୍ୟବହାର ପାଇଁ ଭଡା ସେବା ଯୋଗାଇବା ପାଇଁ ୨୦୨୩-୨୪ ରୁ ୨୦୨୫-୨୬ ମଧ୍ୟରେ ୧୫,୦୦୦ ମନୋନୀତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଡ୍ରୋନ ଯୋଗାଇ ଦିଆଯିବ। ସରକାରଙ୍କ ଏହି ନିଷ୍ପତ୍ତି ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ସୂଚନା ଦେଇଛନ୍ତି।

ଡ୍ରୋନ ଯୋଗାଇବା ପାଇଁ କେନ୍ଦ୍ର କ୍ୟାବିନେଟ ଏକ କେନ୍ଦ୍ରୀୟ ଯୋଜନା ଅନୁମୋଦନ କରିଛି। ଏହି ପ୍ରକଳ୍ପ ପାଇଁ ସରକାର ୧,୨୬୧ କୋଟି ଟଙ୍କା ଖର୍ଚ୍ଚ କରିବେ ।

ସରକାରୀ ପ୍ରକାଶନ ଅନୁଯାୟୀ, ଏହି ଯୋଜନା ଅଧୀନରେ ଅନୁମୋଦିତ ପଦକ୍ଷେପ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସ୍ଥାୟୀ ବ୍ୟବସାୟ ଏବଂ ଜୀବିକା ସହାୟତା ଯୋଗାଇବ । ଏହା ସହିତ ସେମାନେ ବର୍ଷକୁ ଅତି କମରେ ୧ ଲକ୍ଷ ଟଙ୍କା ଅତିରିକ୍ତ ଆୟ କରିବାକୁ ସକ୍ଷମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍‌

ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍‌ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

ଏବର୍ଷ ମୌସୁମୀରେ କିପରି ହେବ ବର୍ଷା ? IMDର ବଡ଼ ଭବିଷ୍ୟବାଣୀ, ତାତିକୁ ନେଇ ବି କଲା ସତର୍କ

ନୂଆଦିଲ୍ଲୀ,୧୫।୪: ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମଙ୍ଗଳବାର କହିଛି। ଫଳରେ କୃଷିଭିତ୍ତିକ ଅର୍ଥନୀତି...

କେରଳରେ ବସ୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ମୋହନା,୧୫ା୪ (ମନ୍ମଥ ମିଶ୍ର): ଗଜପତିରେ ପୁଣି ଦାଦନ ଦୁଃଖ। କେରଳରେ ବସ ଧକ୍କାରେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ମୋହନା ଥାନା...

ନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରା

ଦାରିଙ୍ଗବାଡି,୧୫।୪ (ଅରୁଣ ସାହୁ)- ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କଂଗ୍ରେସ ପକ୍ଷରୁ ମଶାଲ...

ସୁଶାନ୍ତ ମହାପାତ୍ର ହେଲେ ବରଗଡ଼ ଜିଲା ବିଜେଡି ସଭାପତି

ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବରଗଡ଼ର ଯୁବ ସଂଗଠକ ତଥା ବର୍ତ୍ତମାନର ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର...

Waqf Amendment Bill: ଶୋଷଣମୁକ୍ତ କରିବା ପାଇଁ ଭାଜପାର ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୫।୪: ଭାଜପା ସରକାର ଦ୍ୱାରା ଆଗତ ୱାକଫ (ସଂଶୋଧନ) ବିଲ ୨୦୨୫ ଭାରତରେ ଓ୍ବକଫ ସମ୍ପତ୍ତି ପରିଚାଳନାରେ ଏକ ବଡ଼ ପରିବର୍ତ୍ତନ ଆଣିବାକୁ ଲକ୍ଷ୍ୟ ରଖିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image