ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ

ଭୁବନେଶ୍ୱର,୧୦ା୮(ଅସମାପିକା ସାହୁ): ରାଜ୍ୟର ଘରୋଇ ତଥା ଅଣଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି।

ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣଅନୁଦାନପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ।

ସୂଚନାଯୋଗ୍ୟ, ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟଗୁଡ଼ିକରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ମଧ୍ୟ ପ୍ରତିପାଦନ କରିଆସୁଛନ୍ତି। ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମାଗଣା ପାଠ୍ୟପୁସ୍ତକ ଯୋଗାଇବା ସହ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ଗୁଜରାଟ ଆଦି ରାଜ୍ୟରେ ଥିବା ଓଡ଼ିଆ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri