‘ଜୁନ୍‌ ସୁଦ୍ଧା ଜିଲାକୁ ଦୁର୍ଗମ ଅଞ୍ଚଳ ମୁକ୍ତ କର’

ଢେଙ୍କାନାଳ ଅଫିସ, ୨୯।୩: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ମଙ୍ଗଳବାର ‘ମୋ ବ୍ଲକ-ମୋ ଢେଙ୍କାନାଳ’ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର ସେଠୀ ଏଥିରେ ଅଧ୍ୟକ୍ଷତା କରି ଜୁନ୍‌ ସୁଦ୍ଧା ଜିଲାକୁ ଦୁର୍ଗମ ଅଞ୍ଚଳ ମୁକ୍ତ କରିବା ଲାଗି ବିଶେଷ ଧ୍ୟାନଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉପାନ୍ତ ଅଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟର ବିକାଶ, ସାମଗ୍ରିକ ଉନ୍ନତି ଯେପରି ହୋଇପାରିବ, ସେଥିପ୍ରତି ଗୁରୁତ୍ୱ ଦେବାକୁ ଜିଲାପାଳ ସମ୍ପୃକ୍ତ ଅଞ୍ଚଳର ବିଡିଓଙ୍କୁଙ୍କୁ ପରାମର୍ଶ ଦେଇଛନ୍ତି।
ଅଙ୍ଗନୱାଡି କେନ୍ଦ୍ର, ବିଦ୍ୟାଳୟରେ ପାନୀୟଜଳ ଯୋଗାଣ, ଶୌଚାଳୟ ସୁବିଧା, ଶତ ପ୍ରତିଶତ ବିଦ୍ୟୁତ୍‌ ଯୋଗାଣ, ଆନୁଷଙ୍ଗିକ ଭିତ୍ତିଭୂମି ନିର୍ମାଣ, ଦୁର୍ଗମ ଅଞ୍ଚଳବାସୀଙ୍କୁ ସହଜରେ ଖାଉଟି ସାମଗ୍ରୀ ଯୋଗାଣ, ଯୋଗ୍ୟ ହିତାଧିକାରୀଙ୍କୁ ଯଥାଶୀଘ୍ର ଭତ୍ତା ପ୍ରଦାନ, ବାଲ୍ୟ ବିବାହ ରୋକିବା, ପଞ୍ଚାୟତରେ ବିବାହ ପଞ୍ଜୀକରଣ ବ୍ୟବସ୍ଥା, ସ୍ବାସ୍ଥ୍ୟକେନ୍ଦ୍ରରେ ଗୁଣାତ୍ମକ ସେବା, ସ୍ବାସ୍ଥ୍ୟ ଅନୁଷ୍ଠାନଗୁଡ଼ିକରେ ଗ୍ରୀଷ୍ମପ୍ରବାହ ସମୟରେ ଅଂଶୁଘାତ ରୋଗୀଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଆଦି ସମ୍ପର୍କରେ ଆଲୋଚନା କରାଯାଇଥିଲା।
ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାସ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତନ୍ମୟ କୁମାର ଦରୱାନ, ଅତିରିକ୍ତ ନିର୍ବାହୀ ଅଧିକାରୀ ସରୋଜ କୁମାର ଦତ୍ତ, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, କାମାକ୍ଷାନଗର ଉପଜିଲାପାଳ ଜ୍ୟୋତିଶଙ୍କର ସାହୁଙ୍କ ସମେତ ସମସ୍ତ ବ୍ଲକର ବିଡିଓ, ତହସିଲଦାର ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ

ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ...

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ...

ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ। ଏନେଇ ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା କ୍ରିୟାନୁୟନ ହୋଇଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri