Posted inଜାତୀୟ

ତାଜା ନିର୍ବାଚନୀ ବଣ୍ଡ ତଥ୍ୟ ସାର୍ବଜନୀନ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୭ା୩: ରବିବାର ଭାରତୀୟ ନିର୍ବାଚନ ଆୟୋଗ ମାନ୍ୟବର ଉଚ୍ଚତମ ନ୍ୟାୟାଳୟଙ୍କ ଠାରୁ ପାଇଥିବା ନିର୍ବାଚନୀ ବଣ୍ଡ ତଥ୍ୟକୁ ସାର୍ବଜନୀନ କରିଛନ୍ତି। ଏହି ସମସ୍ତ ତଥ୍ୟ ୨୦୧୯ ନିର୍ବାଚନ ପୂର୍ବର ବୋଲି କୁହାଯାଉଛି। ଏହାର ପର ସମୟର ତଥ୍ୟକୁ ଆୟୋଗ ଗୁରୁବାର ପ୍ରକାଶ କରିଥିଲେ।

ମାନ୍ୟବର ଉଚ୍ଚତମ ନ୍ୟାୟାଳୟର ରେଜିଷ୍ଟ୍ରି ସିଲ୍ କଭରରେ ଥିବା ଏକ ପେନ୍ ଡ୍ରାଇଭରେ ଡିଜିଟାଇଜଡ୍ ରେକର୍ଡ ସହିତ ହାର୍ଡ କପି ଆୟୋଗକୁ ପ୍ରଦାନ କରିଥିଲେ। ଆୟୋଗ ଏହି ରେକର୍ଡକୁ ନିଜର ୱେବସାଇଟରେ ଅପଲୋଡ୍ କରିଛନ୍ତି। ୱେବସାଇଟରେ ନିର୍ବାଚନ ବଣ୍ଡ ଅପଲୋଡ଼ ଖବର ଆୟୋଗ ଏକ ବିବୃତ୍ତିରେ କହିଛନ୍ତି।

ଲୋକ ସଭା ନିର୍ବାଚନ ଘୋଷଣାର ଗୋଟିଏ ଦିନ ପରେ ଆୟୋଗ ଏହି ତଥ୍ୟ ପ୍ରକାଶ କରିଛନ୍ତି। ଏପ୍ରିଲ ୧୯ ତାରିଖରୁ ଜୁନ ୧ ତାରିଖ ମଧ୍ୟରେ ସାତୋଟି ପର୍ୟ୍ୟାୟରେ ନିର୍ବାଚନ ଆୟୋଜିତ ହେବ। ସଦ୍ୟ ପ୍ରକାଶିତ ତଥ୍ୟରେ କେବଳ ବଣ୍ଡର ତାରିଖ, ନାମ, ବଣ୍ଡ ସଂଖ୍ୟା, ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଶାଖା ପ୍ରଦାନ, ପ୍ରାପ୍ତ ତାରିଖ ଏବଂ ଋଣ ତାରିଖର ପ୍ରାଥମିକ ତଥ୍ୟ ଦର୍ଶାଯାଇଛି। ଏହା ବଣ୍ଡର ଅନନ୍ୟ ସଂଖ୍ୟା ପ୍ରକାଶ କରେ ନାହିଁ।

ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା କାର୍ଯ୍ୟକାରୀ ହେବାଠାରୁ ରାଜନୈତିକ ଦଳଗୁଡ଼ିକୁ ଏଥିରୁ ୧୬,୦୦୦ କୋଟି ଟଙ୍କାରୁ ଅଧିକ ଚାନ୍ଦା ମିଳିଛି। ଏଥିରୁ ଏକ ସିଂହଭାଗ ଶାସକ ଦଳ ଭାଜପାକୁ ମିଳିଥିଲା। ସୁପ୍ରିମକୋର୍ଟ ଉକ୍ତ ଯୋଜନାକୁ ରଦ୍ଦ କରିଦେବା ଭାଜପା ପାଇଁ ବଡ଼ ଝଟକା।

ନିର୍ବାଚନ କମିଶନ ଏବଂ ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ (ଏଡିଆର୍‌) ପାଖରେ ଥିବା ତଥ୍ୟ ଅନୁଯାୟୀ ଗତ ଆର୍ଥତ୍କ ବର୍ଷ ସୁଦ୍ଧା ସବୁ ରାଜନୈତିକ ଦଳ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନାରେ ୧୨,୦୦୦ କୋଟି ଟଙ୍କାରୁ ଅଧିକ ପାଇଥିବାବେଳେ ସେଥିରୁ ଶାସକ ଭାଜପାର ଭାଗ ଥିଲା ୫୫ ପ୍ରତିଶତ ବା ୬,୫୬୫ କୋଟି ଟଙ୍କା।

ବିଭିନ୍ନ ରାଜ୍ୟରେ କ୍ଷମତାରେ ଥିବା ଆଞ୍ଚଳିକ ଦଳଗୁଡ଼ିକ ମୋଟ ଚାନ୍ଦାର ୯୦ ପ୍ରତିଶତରୁ ଅଧିକ ଉକ୍ତ ବଣ୍ଡ୍‌ରୁ ପାଇଛନ୍ତି। ତେବେ ମୋଟାମୋଟି ଦେଖିଲେ ଇଲେକ୍ଟୋରାଲ ବଣ୍ଡ୍‌ରୁ ରାଜନୈତିକ ଦଳଗୁଡ଼ିକୁ ମିଳୁଥିବା ଚାନ୍ଦା ମୋଟ ଆୟର ଅଧାରୁ ଅଧିକ।

ତାଲିକାରେ ଭାଜପା ପଛକୁ ୧୧୨୩ କୋଟି ଟଙ୍କା ସହ କଂଗ୍ରେସ ଦ୍ୱିତୀୟ ସ୍ଥାନକୁ ରହିଛି। ୧୦୯୨ କୋଟି ସହ ତୃଣମୂଳ କଂଗ୍ରେସ ତୃତୀୟରେ, ୭୭୪ କୋଟି ଟଙ୍କା ସହ ବିଜୁ ଜନତା ଦଳ ଚତୁର୍ଥରେ ରହିଛି। ସେହିଭଳି ୬୧୬ କୋଟି ସହିତ ଡିଏମକେ ପଞ୍ଚମରେ, ୩୮୩ କୋଟି ସହ ଟିଆରଏସ ଷଷ୍ଠରେ, ୱାଇଏସଆରସିପି ୩୮୨ କୋଟି ସହିତ ସପ୍ତମରେ, ଟିଡ଼ିପି ୧୪୬ କୋଟି ସହିତ ଅଷ୍ଟମରେ, ଏସଏଚଏସ ୧୦୧ କୋଟି ସହିତ ନବମର ଥିବା ବେଳେ ୯୪ କୋଟି ସହ ଏଏପି ଦଶମରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri