ଆଜିଠୁ ବରଗଡ଼ ଧନୁଯାତ୍ରା, ଚାଲିବ କଂସ ରାଜୁତି

ବରଗଡ଼,୩ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାରରୁ ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ମଧ୍ୟ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ହାଟପଦାସ୍ଥିତ ରାଜ ଦରବାରରେ ଧନୁଯାତ୍ରା ମହୋତ୍ସବକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏହି ୧୧ ଦିନ ଅବଧି ମଧ୍ୟରେ ବରଗଡ଼ରେ କଂସ ଶାସନ ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ଉଭୟ ସ୍ଥାନ ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ହେବ। ତେବେ ବିଗତ ବର୍ଷ ଭଳି ଏଥର ମଧ୍ୟ ମହୋତ୍ସବର ପ୍ରଥମ ୭ଦିନ ହାଟପଦାରେ ନିର୍ମିତ ମଞ୍ଚ ଏବଂ ଶେଷ ୪ଦିନ ଲୋକମଣ୍ଡପ ପଡ଼ିଆରେ ନିର୍ମିତ ମଞ୍ଚ ରାଜ ଦରବାର ପାଲଟିବ। ଅନ୍ୟପଟେ ପ୍ରଥମ ୭ଦିନ ଲୋକମଣ୍ଡପ ପଡ଼ିଆ ଏବଂ ଶେଷ ୪ଦିନ ହାଟପଦାରେ ନିର୍ମିତ ମଞ୍ଚରେ ରଙ୍ଗ ମହଲ ଦୃଶ୍ୟାଭିନୟ ଅଭିନୀତ ହେବ।
ଧନୁଯାତ୍ରା ମହୋତ୍ସବକୁ ଅନ୍ୟବର୍ଷ ଅପେକ୍ଷା ଏଥର ଅଧିକ ଆକର୍ଷଣୀୟ କରିବାର ପ୍ରୟାସ କରାଯାଇଛି। ସ୍ଥାନୀୟ ହାଟପଦାରେ ରାଜ ଦରବାର ଏବଂ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ସୁଦୃଶ୍ୟ ରଙ୍ଗ ମହଲ ନିର୍ମିତ ହୋଇଛି। ସହରର ପ୍ରମୁଖ ପ୍ରବେଶ ଦ୍ୱାରଗୁଡ଼ିକ ନିକଟରେ ଆକର୍ଷଣୀୟ ସ୍ବାଗତ ତୋରଣ ମଧ୍ୟ ନିର୍ମାଣ କରାଯାଇଛି।

ସେହିପରି ଧନୁଯାତ୍ରା ମହୋତ୍ସବକୁ ସ୍ବାଗତ କରିବା ପାଇଁ ଶୁକ୍ରବାର ଅପରାହ୍ନ ୨ଟାରୁ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରି ଗ୍ରାମ୍ୟଦେବୀ ସମଲେଶ୍ୱରୀଙ୍କ ମନ୍ଦିର ଅଭିମୁଖେ ଯିବ। ସେଠାରେ ପୂଜାର୍ଚ୍ଚନା ପରେ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା ସ୍ଥାନୀୟ ହାଟପଦାସ୍ଥିତ ରାଜ ଦରବାରକୁ ପହଞ୍ଚିବ ଏବଂ ଶୋଭାଯାତ୍ରା ପହଞ୍ଚିବା ପରେ ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟନ ହେବ।

ସେହିପରି ଗତବର୍ଷ ଭଳି ଏଥର ମଧ୍ୟ ସ୍ଥାନୀୟ ଲମ୍ବା ବିଲ୍ଡିଂ ପାର୍ଶ୍ୱସ୍ଥ ଜି.ଡ଼ି ଗୋୟଲ ଧର୍ମଶାଳା ରାଜ ମହଲ ପାଲଟିବ ବୋଲି ଧନୁଯାତ୍ରା ମହୋତ୍ସବ ସମିତିର ଆବାହକ ତଥା ସମ୍ପାଦକ ସୁରେଶ୍ୱର ଶତପଥୀ କହିଛନ୍ତି। ଏହା ସହିତ ଧନୁଯାତ୍ରା ପାଇଁ ଉତ୍ତରପ୍ରଦେଶରୁ ଗୋଟିଏ ହାତୀ, ୬ ଘୋଡ଼ା ଗାଡ଼ି ଏବଂ ୬ ଓଟ ପହଞ୍ଚି ସାରିଥିବା ସେ ସୂଚନା ଦେଇଛନ୍ତି। ଧନୁଯାତ୍ରା ମହୋତ୍ସବକୁ ସୁରକ୍ଷିତ ଏବଂ ନିରାପଦ ଭାବେ ସମାପନ ପାଇଁ ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ପଦକ୍ଷେପ ନିଆଯାଇଥିବା ଏସ୍‌ପି ପି.ଏସ୍‌ ମୀନା କହିଛନ୍ତି। ସବୁ ଜାଗାରେ ପୋଲିସ ମୁତୟନ ସହିତ ଏଠାକୁ ଆସୁଥିବା ରାଜ୍ୟ ଏବଂ ରାଜ୍ୟ ବାହାର ଲୋକେ ଯେଭଳି ଭଲଭାବେ ଧନୁଯାତ୍ରା ମହୋତ୍ସବକୁ ଉପଭୋଗ କରି ପାରିବେ, ସେଥିପାଇଁ ଟ୍ରାଫିକ, ପାର୍କିଂ, ରୁଟ୍‌ ଲାଇନ୍‌ ସୁବ୍ୟସ୍ଥିତ କରାଯାଇଛି। ସିସିଟିଭି ସ୍ଥାପନ କରାଯାଇଛି, ସବୁ ଦିଗ ପ୍ରତି ନଜର ରଖାଯିବ ଏବଂ ବିଗତ ବର୍ଷ ଭଳି ଏଥର ମଧ୍ୟ ସୁରକ୍ଷିତ ଏବଂ ନିରାପଦ ଭାବେ ଧନୁଯାତ୍ରା ମହୋତ୍ସବ ସରିବ ବୋଲି ଏସ୍‌ପି ମୀନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

“ନିଷ୍ଠୁର ଅପରାଧ”: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image