ଏନ୍‌ଏସି ଉପନିର୍ବାଚନ: ବାଜି ମାରିଲା ବିଜେଡି

ଜି ଉଦୟଗିରି ୩୦।୧୧(ଶିଶିର ପଟ୍ଟନାୟକ): ଜି ଉଦୟଗିରି ଏନ୍‌ଏସି ଅଧ୍ୟକ୍ଷ ଉପ-ନିର୍ବାଚନ ଭୋଟ ଗଣତି ଫଳାଫଳ ଗୁରୁବାର ଘୋଷଣା ହୋଇଛି । ବିଜୁ ଜନତା ଦଳର(ବିଜେଡି) ପ୍ରାର୍ଥୀନୀ ଦେବସ୍ମିତା ଶତପଥୀ ବିଜୟୀ ହୋଇଥିବା ନିର୍ବାଚନ ଅଧିକାରୀ ରଞ୍ଜନ କୁମାର ସାହୁ ଘୋଷଣା କରିଛନ୍ତି । ବିଜେଡି ପ୍ରାର୍ଥୀନୀ ଦେବସ୍ମିତା ଶତପଥୀ ୧୧୧ ଭୋଟ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀନୀ ରଞ୍ଜିତା ନାୟକ ମାତ୍ର ୭୩୭ ଭୋଟ ପାଇଛନ୍ତି। କଂଗ୍ରେସ ପ୍ରାର୍ଥୀନୀ ମଧୁଲିନା ଦିଗାଲ ୬୨୭ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।

ନୋଟାରେ ୪୪ ଭୋଟ ପଡିଛି । ମୋଟ ୮୧୫୫ ମତଦାତାଙ୍କ ମଧ୍ୟରୁ ମାତ୍ର ୪୫୧୯ ମତଦାତା କରିଥିଲେ । ଦେବସ୍ମିତା ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କନ୍ଧମାଳ ଏମ୍‌ପି ଅଚୁତ୍ୟ ସାମନ୍ତ, ଜି ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ଓ ଏନ୍‌ଏସି ବିଜୁ ଜନତା ଦଳର କର୍ମକର୍ତ୍ତା ଓ ଜି ଉଦୟଗିରି ଏନ୍‌ଏ୍‌ସି ସମସ୍ତ ବାସିନ୍ଦାଙ୍କୁ କୃତଜ୍ଞତା ଜଣାଇଛନ୍ତି।

ଏପରିକି ସ୍ବର୍ଗତ ମା’ ପୂର୍ବତନ ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ରଙ୍କ ଆଶୀର୍ବାଦ ଯୋଗୁ ତାଙ୍କୁ ଏଇ ଶ୍ରେୟ ମିଳିଛି। ତେଣୁ ତାଙ୍କର ଅଧୁରା ସ୍ବପ୍ନକୁ ସାକାର କରି ସମସ୍ତ୍‌ଙ୍କ ସହଯୋଗରେ ଏନ୍‌ଏସି ବାସିନ୍ଦାଙ୍କ ବିକାଶ କରିବାକୁ ଚେଷ୍ଟା କରିବି ବୋଲି କହିଥିଲେ।

ମିଳିଥିବା ସୂଚନା ମୁତାବକ, ଗତ ଜୁଲାଇ ମାସରେ ପୂର୍ବତନ ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ରଧ୍‌ଙ୍କ ଦେହାନ୍ତ ପରେ ଏଇ ଆସନ ଖାଲି ପଡିଥିଲା। ତାଙ୍କ ଝିଅ ଦେବସ୍ମିତାଙ୍କୁ ବିଜେଡି ପ୍ରାର୍ଥୀ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri