ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ,୧୮ା୭: ଦ୍ୱିତୀୟ ପର୍ଯ୍ୟାୟର ଗୁରୁବାର ଭିତର ରତ୍ନଭଣ୍ଡାର ଖୋଲିଛି ରତ୍ନଭଣ୍ଡାର ତଦାରଖ କମିଟି। ଏହି ଅବସରରେ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ଭିତର ରତ୍ନଭଣ୍ଡାରରେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଶ୍ରୀନଅରରୁ ଆସି ଗଜପତି ମହାରାଜା ଦକ୍ଷିଣ ଦ୍ବାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ।

ରତ୍ନଭଣ୍ଡାର ଖୋଲିବା ପାଇଁ ସରକାର ଗଠନ କରିଥିବା କମିଟିରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ମଧ୍ୟ ଜଣେ ସଦସ୍ୟ ରହିଛନ୍ତି। ତେବେ ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଗୁରୁବାର ଦ୍ୱିତୀୟ ଥର ପାଇଁ ଭିତର ରତ୍ନ ଭଣ୍ଡାର ଖୋଲାଯାଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ ବୋଲି ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିଛି। ସେହିପରି ଗୁରୁବାର ସକାଳ ୮ଟା ପରେ ଭକ୍ତଙ୍କ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ଲାଗିଛି। କେବଳ ଅଧିକୃତ ବ୍ୟକ୍ତି ଓ ସେବା ନିୟୋଜିତ ସେବକମାନେ ମନ୍ଦିର ପ୍ରବେଶ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୧୪ ତାରିଖରେ ପ୍ରଥମେ ରତ୍ନଭଣ୍ଡାର ଖୋଲା ଯାଇଥିଲା। କମିଟି ସଦସ୍ୟମାନେ ବାହାର ରତ୍ନଭଣ୍ଡାର ତାଲା ଭାଙ୍ଗି ରତ୍ନଅଳଙ୍କାର ସ୍ଥାନାନ୍ତର ପାଇଁ ପଦକ୍ଷେପନେଇଥିଲେ। ପରେ ନୂଆ ତାଲା ପକାଇ ସିଲ୍‌ କରିଦେଇଥିଲେ। ତେବେ ସମୟ ଅଭାବରୁ ଭିତର ରତ୍ନଭଣ୍ଡାର ଖୋଲାଯାଇ ନ ଥିଲା। କେବଳ ପୁରୁଣା ତାଲା ଭାଙ୍ଗି ନୂଆ ତାଲା ପକାଇ ବାହାରୁ ଚାଲିଆସିଥିଲେ। ରତ୍ନଅଳଙ୍କାର ସ୍ଥାନାନ୍ତର ହୋଇପାରି ନ ଥିଲା। ତେଣୁ ଗୁରୁବାର ପୁନର୍ବାର ସମାନ ଏସ୍‌ଓପି ଅନୁଯାୟୀ ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାର ଶ୍ରୀମନ୍ଦିର ଖଟଶେଯ ଘରେ ହୋଇଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସମସ୍ତ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ। ସ୍ନେକ୍‌ ହେଲ୍ପ ଲାଇନ୍‌ ସଦସ୍ୟ, ଓଡ୍ରାଫ ଟିମ୍‌, ଅଗ୍ନିଶମ ବାହିନୀ ଉପସ୍ଥିତ ରହିବେ। ହାଇମାଷ୍ଟ ଲାଇଟ୍‌ ବ୍ୟବସ୍ଥା କରାଯିବ। ସେହିପରି ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି ନେଇ ସ୍ଥିତି ଅନୁଧ୍ୟାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri