ଗଜପତିଙ୍କ ୬୮ ଅଙ୍କ, ୧୪୩୨ ସାଲ ଆରମ୍ଭ

ପୁରୀ,୧୬ା୯(ଅଜିତ୍‌ କୁମାର ମହାନ୍ତି): ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ରବିବାର ଅବସରରେ ଶ୍ରୀନଅରରେ ଗଜପତି ମହାରାଜାଙ୍କ ସୁନିଆ ନୀତି ସମ୍ପନ୍ନ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ୬୭ଅଙ୍କ ଶେଷ ହୋଇଥିବାବେଳେ ରବିବାର ସୁନିଆଠାରୁ ୬୮ ଅଙ୍କ ଏବଂ ୧୪୩୨ ସାଲ ଆରମ୍ଭ ହୋଇଛି। ଉତ୍କଳୀୟ ସାଂସ୍କୃତିକ ସାମାଜିକ ଜୀବନରେ ଗଜପତିଙ୍କ ନାମରେ ଉତ୍କଳ ନବବର୍ଷ ଆରମ୍ଭ ହୋଇଥାଏ। ଓଡ଼ିଆ ପାଇଁ ଜାତକର ବର୍ଷ, ମାସ, ତାରିଖ, ତିଥି ଓ ନକ୍ଷତ୍ର ଗଜପତିଙ୍କ ନାମରେ ଉଲ୍ଲେଖ ହୋଇଥାଏ। ସୁନିଆଠାରୁ ଗଜପତି ମହାରାଜାଙ୍କ ଗାଦିନାସୀନ ବର୍ଷର ଗଣନା କରାଯାଇଥାଏ। ସୁନିଆ ଅବସରରେ ରବିବାର ଶ୍ରୀନଅରରେ ପାରମ୍ପରିକ ରୀତିରେ ରାଜ ପରମ୍ପରା ଅନୁଷ୍ଠିତ ହୋଇଥିଲା। ଶ୍ରୀନଅରର ବିଭିନ୍ନ ସ୍ଥାନରେ ଝୋଟି ପକାଯାଇଥିଲା। ସକାଳୁ ରାଜଗୁରୁମାନେ ଶୁଭଖୁଣ୍ଟି ଅନୁକୂଳ କରି ଯଥାବିଧି ଦେବାର୍ଚ୍ଚନା ନୀତି ସମ୍ପନ୍ନ କରିଥିଲେ। ସନ୍ଧ୍ୟାରେ ପଞ୍ଚଦେବତା ଓ ରାମାଭିଷେକ ପୂଜା ହୋଇଥିଲା। ମଙ୍ଗଳାର୍ପଣ ନୀତି ହୋଇ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯାଇଥିଲା। ପରେ ଏକ ସୁନା ମୋହରରେ ୬୮ ଅଙ୍କ କଟାଯାଇ ଅଙ୍କ ଓ ସାଲ ଘୋଷଣା କରାଯାଇଥିଲା। ୧୬ଶାସନ ବ୍ରାହ୍ମଣମାନେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ ଗୋଟିଏ ଲେଖାଏ ନଡ଼ିଆ ଭେଟିଦେଇ ଆଶୀର୍ବାଦ ପ୍ରଦାନ କରିଥିଲେ। ପରେ ଗଜପତିଙ୍କୁ ପ୍ରଜା ଏବଂ କର୍ମଚାରୀମାନେ ସୁନିଆ ଭେଟି ଦେଇଥିଲେ। ଏହି ପରମ୍ପରା ସମ୍ପର୍କରେ ଗବେଷକଙ୍କ ସୂଚନା ଅନୁଯାୟୀ, ସୁନିଆରେ ଗଜପତି ମହାରାଜାଙ୍କ ନବବର୍ଷର ଆରମ୍ଭ ହୋଇଥାଏ। ଚଳିତ ବର୍ଷ ଗଜପତି ମହାରାଜାଙ୍କ ୬୮ ଅଙ୍କ ପ୍ରଚଳିତ ହେବା ସହ ୧୪୩୨ ସାଲ ପ୍ରବେଶ କଲା। ଅଙ୍କ କଟା ପରମ୍ପରା ଅଦ୍ୟାବଧି ପ୍ରଚଳିତ ରହିଛି ବୋଲି ରାଜଗୁରୁ ଦେବୀପ୍ରସାଦ ରାଜଗୁରୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ: ତଥାଗତ

ଭୁବନେଶ୍ୱର,୧୫ା୧୨(ଜିତେନ୍ଦ୍ର କୁମାର ନାୟକ): ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ ବୋଲି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ଦିବସବ୍ୟାପୀ ଅନୁଷ୍ଠିତ...

IND v SA, 3rd T20I: ଦକ୍ଷିଣ ଆଫ୍ରିକାକୁ ମହଙ୍ଗା ପଡିଲାକି ଗମ୍ଭୀରଙ୍କ ଚତୁର ରଣନୀତି, ହଠାତ୍…

ନୂଆଦିଲ୍ଲୀ,୧୫।୧୨: ତୃତୀୟ ଟି-୨୦ ମ୍ୟାଚରେ ଭାରତ ୭ ୱିକେଟରେ ବିଜୟୀ ହୋଇଛି । ଅର୍ଶଦୀପ ସିଂହଙ୍କ ବୋଲିଂ ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା...

ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜରେ ଚମକିଲେ ରାକେଶ

ରାଇକିଆ,୧୫।୧୨,(ପ୍ରଦୀପ ବେହେରା): ଭୁବନେଶର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜ କାର୍ଯ୍ୟକ୍ରମରେ ନିଜର ପ୍ରତିଭା ଦେଖାଇଛନ୍ତି କନ୍ଧମାଳ ଜିଲା ରାଇକିଆ ବିଜୟ...

Lionel Messi India Tour: ଭାରତ ଗସ୍ତର ଶେଷ ଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ ଫୁଟବଲ କିମ୍ବଦନ୍ତୀ ମେସି

ନୂଆଦିଲ୍ଲୀ,୧୫।୧୨: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରୁ ଜଣେ ଭାବରେ ବିବେଚିତ ଲିଓନେଲ ମେସି (GOAT Tour of India 2025), ସୋମବାର ଦିଲ୍ଲୀରେ ଅନେକ...

ଝିଅ ସୋଫିଆଙ୍କୁ ନେଇ ବାପା ମୋକିମ କହିଲେ ବିଧାୟିକା ଭାବେ ସେ…

ଭୁବନେଶ୍ୱର,୧୫ା୧୨: କଂଗ୍ରେସ ବିଧାୟିକା ତଥା ନିଜ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ମଧ୍ୟ ମୁହଁ ଖୋଲିଲେ କଂଗ୍ରେସରୁ ବହିଷ୍କୃତ ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ...

କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ, କହିଲେ ମୋ’ ବିଚାରଧାରାକୁ କେହି…

ଭୁବନେଶ୍ୱର,୧୫ା୧୨: କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ମୋ’ ଚିଠିକୁ ଗୁରୁତର ସହ ନେଇଥିବାରୁ ମିଡିଆକୁ ଧନ୍ୟବାଦ...

ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ରନ ଆଉଟ ହୋଇଥିବା ୫ ଜଣ ବ୍ୟାଟସମ୍ୟାନ: ଏହି ଭାରତୀୟ ଖେଳାଳି ୫୩ ଥର ହୋଇଛନ୍ତି ରନ ଆଉଟ

ନୂଆଦିଲ୍ଲୀ,୧୫।୧୨: ରନ ଆଉଟ ହେବା କ୍ରିକେଟର ସବୁଠାରୁ ହତାଶାଜନକ ମୁହୂର୍ତ୍ତ ମଧ୍ୟରୁ ଗୋଟିଏ, ଏବଂ କେତେକ ସମୟରେ, ବ୍ୟାଟସମ୍ୟାନମାନେ ଗୋଟିଏ ବଲ ମଧ୍ୟ ନ ଖେଳି...

‘ସମସ୍ତେ ମୋ ପୁଅ ପରି ପୁଅ ଚାହିଁବେ’, ସିଡ଼ନୀ ଆକ୍ରମଣ ପରେ ଏମିତି କହିଲେ ଆତଙ୍କବାଦୀଙ୍କ ମା’

ସିଡ଼ନୀ,୧୫।୧୨: ଅଷ୍ଟ୍ରେଲିଆ ସିଡନୀର ବଣ୍ଡି ବିଚରେ ଏକ ଯିହୂଦୀ ଉତ୍ସବ ପାଇଁ ପ୍ରସ୍ତୁତି ସମୟରେ ଲୋକମାନଙ୍କୁ ଗୁଳି କରାଯାଇଥିଲା। ଏହି ଆକ୍ରମଣରେ ଅତି କମରେ ୧୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri