ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଏହି ଅଧିକାରୀଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର, ୪।୭: ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୨ ବ୍ୟାଚ ଆଇଏଏସ୍‌ ଗଣେଶ୍ୱର ଜେନାଙ୍କୁ ନିଯୁକ୍ତ ଦିଆଯାଇଛି । ଆଜି ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଗଣେଶ୍ୱର ଜେନା ଏବେ ଓ ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।