ଗଣେଶ ମୂର୍ତ୍ତି ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୧୦ ଆହତ, ୮ ଗିରଫ

ତିହିଡ଼ି,୧୨ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପାଳିଆବିନ୍ଧା ପଞ୍ଚାୟତ ଅଧୀନ ପାଳିଆ ଗ୍ରାମରେ ବୁଧବାର ରାତିରେ ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ଗୋଷ୍ଠୀର ୧୦ଜଣ ଆହତ ହୋଇଛନ୍ତି। ତିହିଡ଼ି ଥାନାରେ ଉଭୟ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ୨ଟି ମୋକଦ୍ଦମା ରୁଜୁ କରି ଉଭୟ ଗୋଷ୍ଠୀର ୮ଜଣଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଏହି ଘଟଣାକୁ ନେଇ ପଞ୍ଚାୟତରେ ସାମ୍ପ୍ରଦାୟିକ ହିଂସା ଉପୁଜିବା ଆଶଙ୍କାରେ ଏକ ଶାନ୍ତି କମିଟି ଗୁରୁବାର ପାଳିଆବିନ୍ଧାସ୍ଥିତ ବିରଞ୍ଚି ନାରାୟଣଙ୍କ ଅତିଥି ଭବନରେ ଅନୁଷ୍ଠିତ ହୋଇଥିଲା। ଏଥିରେ ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ, ଚାନ୍ଦବାଲି ଏସ୍‌ଡିପିଓ  କାର୍ତ୍ତିକ ଚନ୍ଦ୍ର ମଲ୍ଲିକ, ତିହିଡ଼ି ଥାନା ଆଇଆଇସି ପ୍ରସନ୍ନ କୁମାର ନାୟକ, ପୂର୍ବତନ ସରପଞ୍ଚ ଉଷାକାନ୍ତ ନାୟକ ପ୍ରମୁଖ ଯୋଗଦେଇ ଉଭୟ ଗୋଷ୍ଠୀ ମଧ୍ୟରେ ସଦ୍‌ଭାବନା ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ, ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ସମୟରେ ଏକ କ୍ଷୀର ବୋଝେଇ ଅଟୋ ଯିବାକୁ ସାଇଡ୍‌ ମାଗିଥିଲା। ତେବେ ଶୋଭାଯାତ୍ରାକାରୀମାନେ ସାଇଡ୍‌ ନ ଦେବାରୁ ସଂଘର୍ଷର ସୂତ୍ରପାତ ହୋଇଥିଲା। ଆହତଙ୍କ ମଧ୍ୟରୁ ଗୁରୁତର ୩ଜଣଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇ ଥିବାବେଳେ ଅନ୍ୟ ୭ଜଣ ଭଦ୍ରକ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri