ଓମ୍‌ଫେଡ କେନ୍ଦ୍ରରେ ଗ୍ୟାସ ଲିକ୍‌

କୋକସରା୧୬।୭: କଳାହାଣ୍ଡି ଜିଲା କୋକସରା ଓମ୍‌ଫେଡ ଦୁଗ୍ଧ ଶୀତଳିକରଣ କେନ୍ଦ୍ରରେ ମରାମତି ବେଳେ ଶୁକ୍ରବାର ଗ୍ୟାସ ଲିକ୍‌ ହୋଇଛି। ଏଥିରେ ୩ ମେକାନିକ ଗୁରୁତର ହୋଇଛନ୍ତି। ଖବର ପାଇ କୋକସରା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲିକ୍‌ ହେଉଥିବା ଗ୍ୟାସକୁ ଆୟତ୍ତ କରିଥିଲେ। ପରେ ୩ ଜଣ ମେକାନିକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କୋକସରା ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଥିଲା।

ମିଳିଥିବା ସୂଚନା ମୁତାବକ, ବଲାଙ୍ଗୀର ଜିଲାର ୨ ଜଣ ମେକାନିକ ସହ କଟକର ଜଣେ ମେକାନିକ କୋକସରା ଓମ୍‌ଫେଡ ଦୁଗ୍ଧ ଶୀତଳକରଣ କେନ୍ଦ୍ରର ଖରାପ ଥିବା କମ୍ପ୍ରେସର ପାଇପ ମରାମତି କରୁଥିଲେ। ଏହି ସମୟରେ ଗ୍ୟାସ ପାଇପ ଫାଟି ଯାଇଥିଲା। ଫଳରେ ବଲାଙ୍ଗର ଜିଲା କୁସୁମଖାଲ ଗ୍ରାମର ଗୁଣନିଧି ବଗର୍ତ୍ତି(୨୯), କୁଟୁରୁପାଲିର ସଞ୍ଜୀବ ପଟେଲ(୪୫) ଓ କଟକର ସୁଶାନ୍ତ ବେହେରା(୨୪) ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri