Posted inଖେଳ

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଗାଭାସ୍କରଙ୍କ ସତର୍କବାଣୀ

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୧୭ରୁ ୟୁଏଇ ଏବଂ ଓମାନରେ ଟି -୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଏହାପୂର୍ବରୁ ଭାରତର ପୂର୍ବତନ କ୍ରିକେଟର୍‌ ସୁନୀଲ ଗାଭାସ୍କର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିଷୟରେ ଉଦ୍‌ବେଗଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଭାରତୀୟ ଦଳ ପାଇଁ ସବୁଠାରୁ ବଡ ଚିନ୍ତା ହେଉଛି ହାର୍ଦ୍ଦିକ ପାଣ୍ଡ୍ୟା ବୋଲିଂ ନ କରିବା। ଯଦି ହାର୍ଦ୍ଦିକ ପାଣ୍ଡ୍ୟା ବୋଲିଂ କରନ୍ତି ନାହିଁ ତେବେ ଏହା ଭାରତ ପାଇଁ ଏକ ବଡ ଝଟକା ବୋଲି ପ୍ରମାଣିତ ହୋଇପାରେ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳର ଅଲରାଉଣ୍ଡର ଭାବେ ମନୋନୀତ କରାଯାଇଛି, ଏପରି ପରିସ୍ଥିତିରେ ତାଙ୍କ ବୋଲିଂ ନ କରିବା ଭାରତ ପାଇଁ ଏକ ପ୍ରତିବନ୍ଧକଠାରୁ କମ ନୁହେଁ। ଯଦି ତୁମେ ଜଣେ ଅଲରାଉଣ୍ଡର ଏବଂ ତୁମେ ବୋଲିଂ କରୁନାହଁ, ଏହା ଅଧିନାୟକଙ୍କ ପାଇଁ ବହୁତ ଅସୁବିଧା ସୃଷ୍ଟି କରେ। ଏଭଳି ପରିସ୍ଥିତିରେ ଦଳର ସନ୍ତୁଳନକୁ ବିଗାଡି ପାରେ ବୋଲି ସେ କହିଛନ୍ତି।
ଦୁଇ ବର୍ଷ ପୂର୍ବେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ଏହା ପରେ ତାଙ୍କୁ କ୍ୱଚିତ୍‌ ବୋଲିଂ ଦେଖିବାକୁ ମିଳିଥିଲା। ପାଣ୍ଡ୍ୟା ଶ୍ରୀଲଙ୍କା ବିପକ୍ଷରେ କିଛି ଓଭର ବୋଲିଂ କରିଥିଲେ। ଚଳିତ ଆଇପିଏଲ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ହାର୍ଦ୍ଦିକ ଥରେ ବୋଲିଂ କରିନାହାଁନ୍ତି। ତେବେ ଚୟନକର୍ତ୍ତାମାନେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଚୟନ ଉପରେ କହିଛନ୍ତି ଯେ, ସେ ସମ୍ପୂର୍ଣ୍ଣ ଫିଟ ଏବଂ ବୋଲିଂ କରିବାକୁ ପ୍ରସ୍ତୁତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୨୪ା୧୨: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପ୍ରକାଶ...

ଅଶ୍ୱିନୀଙ୍କ ସ୍ଥାନ ନେବେ ଏହି ଖେଳାଳି : ଜାଣନ୍ତୁ ସେ କିଏ…

ମେଲବୋର୍ନ,୨୪ା୧୨: ମୁମ୍ବାଇ ଅଫ୍‌-ସ୍ପିନର ତନୁଷ କୋଟିଆନ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ସେଠାରେ ଭାରତୀୟ କ୍ରିକେଟ ଦଳରେ ଯୋଗଦେବେ। ନିକଟରେ ଅବସର ନେଇଥିବା ରବିଚନ୍ଦ୍ରନ ଅଶ୍ୱିନୀଙ୍କ ସ୍ଥାନରେ...

ମୁଁ ବଞ୍ଚିଛି.. ଏମିତି କାହିଁକି କହିଲେ ବିନୋଦ କାମ୍ୱଲି

ନୂଆଦିଲ୍ଲୀ,୨୪/୧୨: ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲିଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହାପରେ ତାଙ୍କୁ ମହାରାଷ୍ଟ୍ରର ଥାନେସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଡାକ୍ତରୀ ଦଳ ତାଙ୍କର...

ହାତକୁ ଦି’ ହାତ ହେଲେ ପିଭି ସିନ୍ଧୁ

ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି।...

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ...

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri