ମାଲାବାରରେ ଜେମ୍‌ଷ୍ଟୋନ୍‌ ଫେଷ୍ଟିଭାଲ

ଭୁବନେଶ୍ୱର,୨୩।୧(ଅନୁରାଧା ମହାରଣା): ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ପକ୍ଷରୁ ଏକ ସ୍ବତନ୍ତ୍ର ଅଳଙ୍କାର ପ୍ରଦର୍ଶନୀ ‘ଜେମ୍‌ଷ୍ଟୋନ୍‌ ଫେଷ୍ଟିଭାଲ’ର ଶୁଭାରମ୍ଭ କରାଯାଇଛିି। ଏହି ପରିପ୍ରେକ୍ଷୀରେ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ଏକ୍ସକ୍ଲୁସିଭ ଶୋ’ରୁମ୍‌ ଭୁବନେଶ୍ୱରସ୍ଥିତ ଶହୀଦନଗର ଷ୍ଟୋରରରେ ଉକ୍ତ ଫେଷ୍ଟିଭାଲ ସୋମବାର ଠାରୁ ଆରମ୍ଭ ହୋଇଯାଇଛି। ଏହି ଅବସରରେ ରୋଜିସ୍‌ କିଚେନ୍‌ର ଫାଉଣ୍ଡର ସରୋଜା ଚୌଧୁରୀ ସମ୍ମାନୀତ ଅତିଥିଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀ ୧୮ ତାରିଖ ପର୍ଯ୍ୟନ୍ତ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଭୁବନେଶ୍ୱର ସ୍ଥିତ ଶହୀଦନଗର ଏବଂ ଚନ୍ଦ୍ରଶେଖରପୁର ଶୋ’ରୁମ୍‌ ସମେତ କଟକ ଷ୍ଟୋରରେ ମଧ୍ୟ ଉକ୍ତ ଫେଷ୍ଟିଭାଲ ଜାରି ରହିବ ବୋଲି ମାଲାବାର ଓଡ଼ିଶା ଶାଖା ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଉକ୍ତ ଫେଷ୍ଟିଭାଲରେ ବିଭିନ୍ନ ଡିଜାଇନର ହାର, କାନଫୁଲ, ମୁଦି ଏବଂ ଚୁଡ଼ି ଆଦି ପ୍ରଦର୍ଶିତ ହେଉଥିବା ବେଳେ ଗ୍ରାହକମାନେ ବିଶେଷ ରିହାତି ଅଫର ସହ କ୍ରୟ କରିପାରିବେ ବୋଲି ମାଲାବାରର ଶହିଦ ନଗର ଷ୍ଟୋର ହେଡ୍‌ ଅଶନାଫ୍‌ ଅରାକ୍କଲ୍‌ ମତ ପ୍ରକାଶ କରିଛନ୍ତି। ଏଠାରେ ଶୁଦ୍ଧ ସୁନା ତଥା ମୂଲ୍ୟବାନ ରୁବି, ଏମେରାଲ ଆଦି ରତ୍ନ(ଷ୍ଟୋନ୍‌) ଖଚିତ ଗହଣା ସହ ଅନକଟ୍‌ ଡାଏମଣ୍ଡ ଗହଣା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri