ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ କେବଳ ଗୋଟିଏ ସର୍ତ୍ତ ଅଛି ଯେ ଆମକୁ କୁଶଳୀ ମାନବ ଶକ୍ତି ଆବଶ୍ୟକ। ଆମର ଅନେକ ଚାକିରି ସୁଯୋଗ ଅଛି । ଭାରତୀୟ ପେସାଦାରଙ୍କୁ ଆକର୍ଷିତ କରିବା ପାଇଁ ଆମ ସରକାର ଅନେକ ଅଫର ଦେଉଛନ୍ତି। ଆପଣଙ୍କୁ କହିବାକୁ ଗଲେ କିଛି ମାସ ପୂର୍ବରୁ ମହାରାଷ୍ଟ୍ର ସହିତ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଥିଲା ଯେଉଁଥିରେ ୨୦.୦୦୦ ଡ୍ରାଇଭର ଜର୍ମାନୀକୁ ପଠାଯାଉଛି । ଯାହାଙ୍କ ଦରମା ମାସକୁ ୨.୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରହିବ।
‘ଏସିଆ ପାସିଫିକ କନଫରେନ୍ସ ଅଫ ଚର୍ମନେ ବିଜନସ’ର ୧୮ତମ ସମ୍ମିଳନୀକୁ ସମ୍ବୋଧିତ କରି ଓଲାଫ ସ୍କୋଲଜ କହିଛନ୍ତି ଯେ କୁଶଳୀ ଭାରତୀୟ ଶ୍ରମିକମାନଙ୍କୁ ଜର୍ମାନୀକୁ ନିମନ୍ତ୍ରଣ କରିବା ପାଇଁ ଆମ ସରକାର ନିକଟରେ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛନ୍ତି। ଆଜି ଆମ ବିଶ୍ୱବିଦ୍ୟାଳୟର ବିଦେଶୀ ଛାତ୍ରମାନଙ୍କ ମଧ୍ୟରେ ସର୍ବାଧିକ ସଂଖ୍ୟା ହେଉଛି ଭାରତୀୟ। ଗତ ବର୍ଷ କେବଳ ଜର୍ମାନୀରେ କାର୍ଯ୍ୟ କରୁଥିବା ଭାରତୀୟଙ୍କ ସଂଖ୍ୟା ୨୩,୦୦୦ ବୃଦ୍ଧି ପାଇଥିଲା। ଏହି ମ୍ୟାନପାଓ୍ବାର ଆମ ବଜାରରେ ସ୍ବାଗତଯୋଗ୍ୟ। ସ୍କୋଲଜ କହିଛନ୍ତି, ଜର୍ମାନୀ ଏହାର ଭିସା ପ୍ରକ୍ରିୟାକୁ ଡିଜିଟାଇଜେସନ କରୁଛି, ପ୍ରକ୍ରିୟାକୁ ତ୍ୱରାନ୍ବିତ କରୁଛି, ଯାହାଦ୍ୱାରା ଭାରତୀୟମାନେ ଅଧିକରୁ ଅଧିକ ସୁଯୋଗ ପାଇପାରିବେ।
ସ୍କୋଲଜ କହିଛନ୍ତି, ଆମେ ଇମିଗ୍ରେସନ ହ୍ରାସ କରୁଛୁ ଏବଂ ସେହି ଲୋକମାନଙ୍କୁ ଚାଲିଯିବାକୁ ଅନୁରୋଧ କରୁଛୁ ଯେଉଁମାନଙ୍କର ଆମ ଦେଶରେ ରହିବାର ଅଧିକାର ନାହିଁ। ଏଥିପାଇଁ ଆମେ ସେମାନଙ୍କୁ ସମସ୍ତ ପ୍ରକାରର ସୁବିଧା ମଧ୍ୟ ଯୋଗାଉଛୁ, ଯାହାଫଳରେ ସେମାନେ ଚାଲିଯିବେ। ଆମର ବାର୍ତ୍ତା କେବଳ ଯେ କୁଶଳୀ ମାନବ ଶକ୍ତି ପାଇଁ ଜର୍ମାନୀ ସର୍ବଦା ଖୋଲା ଅଛ। ଆମେ ପ୍ରତ୍ୟେକ ମୁହୂର୍ତ୍ତରେ ସେମାନଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ। ତଥାପି, ଆମେ ସ୍ଥିର କରିବୁ କାହାକୁ ଜର୍ମାନୀରେ ରହିବାକୁ ଅନୁମତି ଦିଆଯିବ ଏବଂ କିଏ ରହିବେ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଉପରେ ବଡ ଆକ୍ସନ

ନୂଆଦିଲ୍ଲୀ,୨୫।୧୦: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ...

ଦୀପାବଳି ପୂର୍ବରୁ ମୋଦି ସରକାର ଦେଲେ ବଡ଼ ଉପହାର, ଘୋଷଣା କଲେ…

ନୂଆଦିଲ୍ଲୀ,୨୫।୧୦: ଦୀପାବଳି ପୂର୍ବରୁ ମୋଦି ସରକାର ଉଦ୍ୟୋଗୀମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ବର୍ତ୍ତମାନ ତାଙ୍କୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଅଧୀନରେ ଡବଲ ଋଣ ପାଇବେ।...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ନ୍ୟୁଜିଲାଣ୍ଡ ଆଗୁଆ

ପୁଣେ,୨୫।୧୦: ପୁଣେର ମହାରାଷ୍ଟ୍ର କ୍ରିକେଟ ଷ୍ଟାଡିୟମରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଚାଲିଛି। ଟସ ଜିତିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri