Categories: ଜାତୀୟ

ଶ୍ମଶାନ ଛାତ ଭୁଷୁଡ଼ିବା ଘଟଣା: ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି

ଗାଜିଆବାଦ୍‌,୩।୧: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ଶ୍ମଶାନ ଛାତ ଭୁଷୁଡ଼ି ପଡିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୯ ଜଣଙ୍କର ମତ୍ୟୁ ହୋଇଛି। ଏଥିରେ ଅନେକ ଲୋକ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଚାଲିଛି। ଗାଜିଆବାଦ ପୋଲିସ ଷ୍ଟେଶନର ମୁରାଦନଗର ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଗାଜିଆବାଦ ପୋଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଏଥି ସହିତ ଘଟଣାର ଅବଗତ ହୋଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତୁରନ୍ତ ରିଲିଫ ଏବଂ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସେ ମାମଲାର ତଦନ୍ତ ରିପୋର୍ଟ ମାଗିଛନ୍ତି।

Share