ଝିଅ ସବୁକିଛି କରି ପାରିବ: ରାଜ୍ୟପାଳ

ପାଇକମାଳ,୧୧।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ପାଇକମାଳ ଯମୁନା କନ୍ଧୁଣୀ ଉଚ୍ଚ ବାଳିକା ବିଦ୍ୟାଳୟର ରୌପ୍ୟଜୟନ୍ତୀ ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବରେ ସମାରୋହରେ ଯୋଗ ଦେଇଥିଲେ। ପ୍ରଥମେ ସେ ଭଗବାନ ନୃସିଂହନାଥଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରିଥିଲେ। ସ୍ବାଗତ ସଙ୍ଗୀତ ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ରାଜ୍ୟପାଳ ରାମାୟଣ, ମହାଭାରତରୁ ଅନେକ ଶିକ୍ଷଣୀୟ, ଉପାଦେୟ କଥା ଉପସ୍ଥିତ ଛାତ୍ରୀଙ୍କୁ କହିଥିଲେ। ଭାରତର ଝିଅ ଦୁନିଆର ସବୁକିଛି କରିପାରିବ ବୋଲି ସେ କହିବା ସହିତ ‘ହମ୍‌ ଭାରତ ମାତା କି ବେଟି ହେ ହମ୍‌ କିସୀ କୋ ନହିଁ ଡରେଁଗେ, ହମ ସବ କୁଛ କରେଁଗେ’ ବୋଲି କହିଥିଲେ। ଏହି ଅବସରରେ ସ୍ଥାନୀୟ କସ୍ତୁରବା ଗାନ୍ଧୀ ମାତୃନିକେତନର ନିରୁପମା ମହାପାତ୍ରଙ୍କୁ ରାଜ୍ୟପାଳ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟତନ ଅତିଥି ଭାବେ ମଞ୍ଚରେ ବରଗଡ଼ ଏମ୍‌ପି ସୁରେଶ ପୂଝରୀ, ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, ଜିଲା ପରିଷଦ ସଭ୍ୟ ସୁରେନ୍ଦ୍ର ପ୍ରତାପ ସିଂ, ସମିତିସଭ୍ୟା ନିରୁପମା ନାଗ, ପ୍ରଧାନ ଶିକ୍ଷକ ସୁଶାନ୍ତ ପଣ୍ଡା, କମିଟି ସଭାପତି ସସ୍ମିତା ମେହେରଙ୍କ ସହ ସମସ୍ତ ଛାତ୍ରୀ ତଥା ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri