Posted inଜାତୀୟ

ଏପଟେ ଭଉଣୀର ସବାରି ସେପଟେ ଉଠିଲା ଭାଇର କୋକେଇ

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ କସ୍‌ବା ଥାନା ଅଞ୍ଚଳର ଏକ ଗଁ।ରେ ଗୁରୁବାର ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପଟେ ଭଉଣୀର ସବାରି ଉଠିଥିବା ବେଳେ ଅନ୍ୟପଟେ ଭାଇର କୋକେଇ ଉଠିଛି। ସୂଚନାଯୋଗ୍ୟ, ଉକ୍ତ ଅଞ୍ଚଳରେ ବାସ କରୁଥିବା ଜଣେ ବ୍ୟକ୍ତିଙ୍କ ଝିଅର ବୁଧବାର ଦିନ ବାହାଘର ହୋଇଥିଲା। ଉକ୍ତ ବ୍ୟକ୍ତିଙ୍କ ପୁଅ ନୋଏଡାରେ ରହି ଅଟୋ ଚଲାଉଥିବା ବେଳେ ଭଉଣୀ ବାହାଘରେ ସାମିଲ ହେବା ପାଇଁ ସେହି ଦିନ ଘରକୁ ଆସିଥିଲେ। ଯୁବକଙ୍କ ପତ୍ନୀ ଓ ଛୁଆ ଗଁ।ରେ ନିଜ ପରିବାରଙ୍କ ସହ ରହୁଥିଲେ। ସୂଚନାମୁତାବକ, ଦୁଇ ଦିନ ପୂର୍ବରୁ ଯୁବକଙ୍କ ତାଙ୍କ ପତ୍ନୀଙ୍କ ସହ ଝଗଡ଼ା ହୋଇଥିଲା। ଯୁବକ ତାଙ୍କ ପତ୍ନୀଙ୍କ ସହ ବାରମ୍ବାର କଥା ହେବା ପାଇଁ ଚେଷ୍ଟା କରିଥିଲେ ହେଲେ ସେ ତାଙ୍କ ସହ କିଛି କଥାବାର୍ତ୍ତା କରି ନ ଥିଲେ। ଗୁରୁବାର ସକାଳେ ଭଉଣୀର ବିଦାୟୀ ପରେ ନିଜ ରୁମ୍‌ରେ ଯୁବକ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଘରକୁ ଫେରିବା ପରେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ପାଇଥିଲେ। ତାଙ୍କୁ ଝୁଲନ୍ତା ଅବସ୍ଥାରୁ ତଳକୁ ଆଣିବା ବେଳେ ତାଙ୍କର ମୃତ୍ୟୁ ହୋଇସାରିଥିଲା। ଯୁବକଙ୍କ ମୃତ୍ୟୁକୁ ନେଇ ଏବେ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri