Posted inଜାତୀୟ

ହଷ୍ଟେଲରେ ପଶି ଗର୍ଲଫ୍ରେଣ୍ଡକୁ ମର୍ଡର, ବଞ୍ଚାଅ ବଞ୍ଚାଅ ଚିତ୍କାର ପରେ ବି ବୟଫ୍ରେଣ୍ଡ୍‌…

ବେଙ୍ଗାଲୁରୁ, ୨୭।୦୭: ସାମାନ୍ୟ କିଛି ଘଟଣାକୁ ନେଇ ଗର୍ଲଫ୍ରେଣ୍ଡକୁ ବାରମ଼୍ବାର ଛୁରି ଭୁଷି ଅତି ନିର୍ମମ ଭାବେ ହତ୍ୟାକରିଛି ବୟଫ୍ରେଣ୍ଡ୍‌ । ଏପରି ଏକ ଚର୍ଚ୍ଚିତ ହତ୍ୟାକାଣ୍ଡ ବେଙ୍ଗାଲୁରୁରେ ଘଟିଛି । ୨୪ ବର୍ଷୀୟା ଜଣେ ଯୁବତୀଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ଯୁବକକୁ ମଧ୍ୟ ପ୍ରଦେଶରୁ ଗିରଫ କରିଛି ପୋଲିସ ।

ମିଳିଥିବା ସୂଚନା ଅନୁସାରେ, ବିହାରର କ୍ରିତି କୁମାରୀ ବେଙ୍ଗାଲୁରୁର କୋରମଙ୍ଗଲା ଅଞ୍ଚଳରେ ଏକ ପେଇଂ ଗେଷ୍ଟ ହିସାବରେ ରହୁଥିଲେ । ଗତ ମଙ୍ଗଲବାର ରାତିରେ ଅଭିଯୁକ୍ତ ବୟଫ୍ରେଣ୍ଡ୍‌ ରାତି ପ୍ରାୟ ୧୧ଟା ବେଳେ କ୍ରିତିଙ୍କ ହଷ୍ଟେଲ୍‌ରେ ପହଞ୍ଚି ଏକ ଛୁରିରେ ତାଙ୍କୁ ଆକ୍ରମଣ କରିଥିଲେ । ତାଙ୍କ ଗଳା କାଟିବାକୁ ଅଭିଯୁକ୍ତ ବାରମ଼୍ବାର ପ୍ରୟାସ କରିଥିବା କ୍ରିତିଙ୍କ ରୁମ୍‌ମେଟ୍‌ ପୋଲିସକୁ କହିଛନ୍ତି । କ୍ରିତି ନିଜକୁ ବଞ୍ଚାଇବାକୁ ଚେଷ୍ଟା କରିଥିବା ବେଳେ ଅଭିଯୁକ୍ତ ତାଙ୍କୁ ଛାଡ଼ି ନିଥିଲା । ଏମିତିକି କ୍ରିତି ତଳେ ପଡ଼ିଯିବା ପରେ ବି ସେ ତାଙ୍କୁ ଛୁରି ଭୁଷି ଚାଲିଥିଲା।

ପୋଲିସ ଏନେଇ କହିଛି ଯେ, ଅଭିଯୁକ୍ତ ଏବଂ କ୍ରିତିଙ୍କ ମଧ୍ୟରେ ପ୍ରେମ ସଂପର୍କ ରହିଥିଲା । ହେଲେ ବେରୋଜଗାରୀକୁ ନେଇ ଦୁହିଁଙ୍କ ମଧ୍ୟରେ ପାଟିତୁଣ୍ଡ ଲାଗି ରହୁଥିଲା । ଏଥିପାଇଁ କ୍ରିତି ଅଭିଯୁକ୍ତ ଯୁବକ ପାଖରୁ ଦୂରେଇ ରହୁଥିଲେ। ହଷ୍ଟେଲ୍‌ ମଧ୍ୟ ବଦଳାଇଥିଲେ । ତେବେ ପୋଲିସ୍‌ ନେଇ ଅଧିକ ତଦନ୍ତ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri