ସପରିବାର ଆତ୍ମାହୁତି ଦେବାକୁ ଧମକ ଦେଇଥିଲେ ଗୀତାଞ୍ଜଳି, ବନପାଳ ଭାବେ ନିଯୁକ୍ତି ଦେଲା ବନବିଭାଗ

ଅମରପାଲି,୨୫ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆ ଯାଉ ନ ଥିବାରୁ ସେ ସପରିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଦେବାକୁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଥିଲେ। ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶନ ପରେ ଘଟଣାଙ୍କୁ ଗୁରୁତ୍ୱ ଦେଇ ଉକ୍ତ ମହିଳାଙ୍କୁ ବୁଧବାର ବନପାଳ ଭାବେ ନିଯୁକ୍ତି ଦେଇଛି ବନବିଭାଗ। ରେଢ଼ାଖୋଲ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରେ ତାଙ୍କୁ ବନପାଳ ଭାବେ ଯୋଗଦେବା ପାଇଁ ବନଖଣ୍ଡ ଅଧିକାରୀ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଗୀତାଞ୍ଜଳି ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟରେ ଯୋଗଦେଇଥିବା ମଧ୍ୟ ଜଣାପଡ଼ିଛି।
ସୂଚନାନୁସାରେ ଜିଲା ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ୨୦୧୧ରେ ରେଢ଼ାଖୋଲ କେନ୍ଦୁପତ୍ର ବନଖଣ୍ଡ ପକ୍ଷରୁ ବନପାଳ ନିଯୁକ୍ତି ପାଇଁ ଆବେଦନ କରିଥିଲେ। ସେ ଏହି ପଦବୀ ପାଇଁ ପରୀକ୍ଷା ଦେଇ ଉତ୍ତୀର୍ଣ୍ଣ ହୋଇଥିବା ସତ୍ବେ ମେରିଟ୍‌ ଲିଷ୍ଟ୍‌ରେ ତାଙ୍କ ନାମ ନ ଥିବାରୁ ସେ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିଥିଲେ। ସୂଚନା ଅଧିକାର ତଥ୍ୟ ଅନୁଯାୟୀ ଗୀତାଞ୍ଜଳିଙ୍କ ଖାତାରୁ ଠିକ୍‌ ଉତ୍ତରରେ ଭୁଲ ମାର୍କ ଦିଆଯାଇଥିବା ବେଳେ ଅନ୍ୟ ଜଣଙ୍କୁ ଭୁଲ୍‌ ଉତ୍ତରରେ ଠିକ ମାର୍କ ଦିଆଯାଇଥିଲା। ଏନେଇ ଗୀତାଞ୍ଜଳି ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କେହି ଶୁଣି ନ ଥିଲେ। ଫଳରେ ବାଧ୍ୟ ହୋଇ ସେ ଉଚ୍ଚ ନ୍ୟାୟାଳୟର ଦ୍ବାରସ୍ଥ ହୋଇଥିଲେ। ଏବାଦରେ ସେ ଲକ୍ଷଲକ୍ଷ ଟଙ୍କା ମଧ୍ୟ ଖର୍ଚ୍ଚ ମଧ୍ୟ କରିଥିଲେ। ତେବେ ସେହି କେସ୍‌ରେ ଏକ ମିଥ୍ୟା ସତ୍ୟପାଠ ଦେଇ ବନ ବିଭାଗ ଗୀତାଞ୍ଜଳିଙ୍କୁ ଦୋଷୀ କରିବାକୁ ଚେଷ୍ଠା କରିଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ କୋର୍ଟ ତାଙ୍କର ଆବେଦନ ଏବଂ ତଥ୍ୟକୁ ଦେଖି ତାଙ୍କୁ ଡିଗ୍ରୀ ଦେବା ସହିତ ଗୀତାଞ୍ଜଳି ଚାକିରି ସହିତ ସେହି ଦିନଠାରୁ ଦରମା ଦିଆଯାଉ ବୋଲି ବନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ବନ ବିଭାଗ କୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କରି
୬ ମାସ ବିତିଯାଇଥିଲେ ମଧ୍ୟ ତାଙ୍କୁ ଚାକିରି ଦେଇ ନ ଥିଲେ। ଏନେଇ ଗୀତାଞ୍ଜଳି ତାଙ୍କ ସାମୀ ଓ ଦୁଇ ପୁଅଙ୍କ ସହିତ ଜୁଲାଇ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ସାମୁହିକ ଆତ୍ମାହୁତି ଦେବା ପାଇଁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଥିଲେ। ଏନେଇ ଗତ ସୋମବାର ଦୈନିକ ଧରିତ୍ରୀରେ ‘ନିର୍ଦ୍ଦେଶ ସତ୍ତ୍ବେ ଗୀତାଞ୍ଜଳିଙ୍କୁ ଦିଆ ଯାଉ ନି ନିଯୁକ୍ତି,ପରିବାର ସହିତ ଆତ୍ମାହୁତି ନେବାକୁ ରାଷ୍ଟ୍ରପତିଙ୍କୁ ଲେଖିଲେ ଚିଠି’ ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶନ ପରେ ବିଭାଗ ତତ୍ପରତା ପ୍ରକାଶ କରି ତାଙ୍କୁ ନିଯୁକ୍ତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri