Posted inଜାତୀୟ

ବଳାତ୍କାର, ଏସିଡ୍‌ ଆକ୍ରମଣ ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଦିଅ

ନୂଆଦିଲ୍ଲୀ,୨୪ା୧୨ : ବଳାତ୍କାର, ଏସିଡ୍‌ ଆକ୍ରମଣ ପୀଡ଼ିତା, ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍‌ସୋ) ମାମଲାରେ ପୀଡ଼ିତା ସରକାରୀ ଓ ଘରୋଇ ହସ୍ପିଟାଲ ସମେତ ନର୍ସିଂହୋମ୍‌ଗୁଡ଼ିକରେ ମାଗଣା ଚିକିତ୍ସା ସୁବିଧା ପାଇବାକୁ ହକ୍‌ଦାର ବୋଲି ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ଏକ ଐତିହାସିକ ରାୟରେ କହିଛନ୍ତି। ଅଦାଲତଙ୍କ ଏହି ନିର୍ଦ୍ଦେଶନାମାକୁ କେନ୍ଦ୍ର ଓ ରାଜ୍ୟ ପାଣ୍ଠିରେ ପରିଚାଳିତ ସମସ୍ତ ଅନୁଷ୍ଠାନ, ଘରୋଇ ହସ୍ପିଟାଲ, କ୍ଲିନିକ୍‌ ଏବଂ ନର୍ସିଂହୋମଗୁଡ଼ିକୁ ଅନୁପାଳନ କରିବାକୁ ହେବ ବୋଲି ଜଷ୍ଟିସ ପ୍ରତିଭା ଏମ୍‌. ସିଂ ଏବଂ ଅମିତ୍‌ ଶର୍ମାଙ୍କ ଖଣ୍ଡପୀଠ କହିଛନ୍ତି। ଉପରୋକ୍ତ ପୀଡ଼ିତାମାନଙ୍କୁ ସ୍ବାସ୍ଥ୍ୟସେବା ଅନୁଷ୍ଠାନଗୁଡ଼ିକ ପ୍ରାଥମିକ ଚିକିତ୍ସା, ନିଦାନ, ଲାବରେଟୋରି ପରୀକ୍ଷା, ଆବଶ୍ୟକ ସ୍ଥଳେ ଅସ୍ତ୍ରୋପଚାର, ଶାରୀରିକ ଓ ମାନସିକ ପରାମର୍ଶ ସେବା, ମନସ୍ତାତ୍ତ୍ୱିକ ସହାୟତା ଏବଂ ପରିବାର କାଉନ୍‌ସେଲିଂ ଆଦି ସମସ୍ତ ଚିକିତ୍ସା ଯୋଗାଇଦେବେ।

ଅଦାଲତକୁ ନିୟମିତ ବହୁସଂଖ୍ୟାରେ ବଳାତ୍କାର ଓ ପୋକ୍‌ସୋ ମାମଲା ଆସୁଛି। ଏହି ମାମଲାର ପୀଡ଼ିତାମାନଙ୍କୁ ଜରୁରୀ ଚିକିତ୍ସା, ଦୀର୍ଘକାଳୀନ ଡାକ୍ତରୀ ସହାୟତା, ନିଦାନ, କାଉନ୍‌ସେଲିଂ ସେବା ଆଦି ଆବଶ୍ୟକ। ଭାରତୀୟ ନାଗରିକ ସୁରକ୍ଷା ସଂହିତା (ବିଏନ୍‌ଏସ୍‌ଏସ୍‌) ଅଥବା ସିଆର୍‌ପିସିରେ ଏଥିପାଇଁ ବ୍ୟବସ୍ଥା ରହିଥିବା ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ମାର୍ଗଦର୍ଶିକା ଜାରି ସତ୍ତ୍ୱେ ଯୌନ ହିଂସା ଏବଂ ଏସିଡ୍‌ ଆକ୍ରମଣ ପୀଡ଼ିତାମାନେ ମାଗଣା ଡାକ୍ତରୀ ଚିକିତ୍ସା ପାଇବାରେ କ୍ରମାଗତ ଚ୍ୟାଲେଞ୍ଜ୍‌ର ସମ୍ମୁଖୀନ ହୋଇଆସୁଛନ୍ତି। ଏହା ଜାଣିବା ପରେ ଅଦାଲତ ଏହାର ରୁଲିଂକୁ ଯୌନ ଅପରାଧ ମାମଲାର ଶୁଣାଣି କରୁଥିବା ସମସ୍ତ ଅଦାଲତଙ୍କୁ ଜଣାଇଦେବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ଧାରା ୩୯୭ (ସିଆର୍‌ପିସିର ଧାରା ୩୫୭ସି) ଅନୁଯାୟୀ ସମସ୍ତ ପୀଡ଼ିତାଙ୍କୁ ସେମାନଙ୍କ ନ୍ୟାୟିକ ଅଧିକାର ସମ୍ପର୍କରେ ଜଣାଇବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଭଳି ମାମଲାଗୁଡ଼ିକ ସମ୍ପର୍କରେ ସମସ୍ତ ଆନୁଷଙ୍ଗିକ ମେଡିକାଲ ପ୍ରତିଷ୍ଠାନକୁ ଜଣାଇ ଦିଆଯିବା ଜରୁରୀ ବୋଲି ଅଦାଲତ କହିଛନ୍ତି।



Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri