ଓଡ଼ିଶା ପାଇଁ ଗୌରବ, ଦମନକୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮।୧୦: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରୁଛନ୍ତି। ବିଭିନ୍ନ ବର୍ଗରେ ମନୋନୀତ ଫିଲ୍ମ, ଅଭିନେତା, ଅଭିନେତ୍ରୀ, ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀଙ୍କୁ ସମ୍ମାନିତ କରୁଛନ୍ତି ରାଷ୍ଟ୍ରପତି।

ଦମନ ଫିଲ୍ମ ପାଇଁ ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ଦମନର ପ୍ରଯୋଜକ ଓ ୨ ନିର୍ଦ୍ଦେଶକ। ଫିଲ୍ମର ପ୍ରଯୋଜକ ଦୀପେନ୍ଦ୍ର ସାମଲଙ୍କୁ ମିଳିଛି ପୁରସ୍କାର। ନିର୍ଦ୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀପ୍ରସାଦ ଲେଙ୍କା ମଧ୍ୟ ପୁରସ୍କୃତ ହୋଇଛନ୍ତି।

ସୂଚନାଥାଉ କି, ନବାଗତ ଦୀପେନ୍ଦ୍ର ସାମଲଙ୍କ ପ୍ରଯୋଜିତ ଏବଂ ଦେବୀ ପ୍ରସାଦ ଲେଙ୍କା ଓ ବିଶାଳ ମୌର୍ଯ୍ୟଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ‘ଶ୍ରେଷ୍ଠ ଆଞ୍ଚଳିକ ଚଳଚ୍ଚିତ୍ର’ ଭାବେ ପୁରସ୍କୃତ ହେବାକୁ ଘୋଷଣା ହୋଇଛି। ଉକ୍ତ ଚିତ୍ରଟିକୁ ପୂର୍ବରୁ ରାଜ୍ୟ ସରକାର ଟିକସମୁକ୍ତ କରିଥିଲେ। ଏହାର ମୁଖ୍ୟ ଚରିତ୍ରରେ ବାବୁସାନ ମହାନ୍ତି ଓ ଦ୍ୱୀପାନ୍ବିତ ଦାଶମହାପାତ୍ର ଅଭିନୟ କରିଛନ୍ତି।

ସିନେମା ‘ଦମନ’ର କଥାବସ୍ତୁ ହେଲା-ମ୍ୟାଲେରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଦୁର୍ଗମ ଅଞ୍ଚଳରେ ‘ଦମନ’ ନାମରେ ଏକ ଯୋଜନା ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିଲା। ଏହି ଯୋଜନାରେ ସ୍ବତନ୍ତ୍ର ଭାବେ ମ୍ୟାଲେରିଆ କ୍ୟାମ୍ପ କରାଯାଇ ଏହାର ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଓଡ଼ିଶାରେ ସଚେତନତାର ବାର୍ତ୍ତା ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ସାଧାରଣ ବ୍ୟକ୍ତିବିଶେଷଙ୍କ ପାଖରେ ପହଞ୍ଚତ୍ବା ଦରକାର। ଜନ ସଚେତନତା ସିନେମା ମାଧ୍ୟମରେ ହେଲେ ଏହା ଉଭୟ ସମାଜ ଏବଂ ବ୍ୟକ୍ତିବିଶେଷଙ୍କ ଠାରେ ବିଶେଷ ପ୍ରଭାବ ପକାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାବାଞ୍ଜିରେ ଭାଜପାକୁ ଝଟ୍‌କା, କୋର୍ଟ ଦେଇଦେଲେ ବଡ଼ ରାୟ

ବଲାଙ୍ଗୀର,୮।୧୦: କଣ୍ଟାବାଞ୍ଜିରେ ଭାଜପାକୁ ବଡ଼ ଝଟ୍‌କା। କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନୀ ମାମଲାରେ ଜବାବ ଦାଖଲ କରିପାରି ନାହାନ୍ତି ଭାଜପା ବିଧାୟକ ଲକ୍ଷ୍ମଣ ବାଗ । ୩...

୧୩ ଥାନାରେ ନାହିଁ ସିସିଟିଭି

ଭୁବନେଶ୍ୱର,୮।୧୦: ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ବଡ଼ ବୟାନ ଦେଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌। ୧୩ଟି ଥାନାରେ ସିସିଟିଭି ନ ଥିବା ଗଙ୍ଗୱାର୍‌...

ସାବଧାନ ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ: ଟାର୍ଗେଟରେ…

କଟକ,୮।୧୦: ନକଲିର ଗନ୍ତାଘର କଟକ ସହର। ଏହା ମଧ୍ୟରେ ସାମ୍ନାକୁ ଆସିଛି ନକଲି ନୋଟ କାରବାର ଖବର। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ଦଶହରା...

ଯନ୍ତ୍ରୀଙ୍କ ଆଖିଖୋସି ହୋଇଗଲା ଭଳି ସମ୍ପତି : କୋଟି କୋଟି ଟଙ୍କାର….

ଭୁବନେଶ୍ୱର,୮।୧୦: ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୩୩୦୦ ବର୍ଗଫୁଟର...

Subhadra Yojana: ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ? ଜାଣିନିଅନ୍ତୁ…

ଭୁବନେଶ୍ୱର,୮।୧୦: ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ...

ଜଙ୍ଗଲରୁ ମିଳିଲା ହାତୀର ମୃତଦେହ: ଗୋଟିଏ ଦାନ୍ତ କାଟି ନେଇଥିବା ସୂଚନା

ବଲାଙ୍ଗୀର,୮।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଅସୁରଡୁଙ୍ଗୁରି ଗାଁ ମଠଖାଇ ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ମିଳିଛି। ହେଲେ ମୃତ ହାତୀର ଗୋଟିଏ...

ବୁଢ଼ୀ ‘ଅନୁପମା’ଙ୍କୁ ଦେଖି ପ୍ରଶଂସକଙ୍କ ବଢ଼ିଲା ବିପି

ବମ୍ବେ: ଚର୍ଚ୍ଚାରେ ଟେଲିଭିଜନ ଦୁନିଆର ସବୁଠାରୁ ଲୋକପ୍ରିୟ ଧାରାବାହିକ ‘ଅନୁପମା’। ନିକଟରେ ନିର୍ମାତା ଏହାର ଲିପ୍‌ ନେଇ ଘୋଷଣା କରିଥିଲେ, ଯାହାର ପ୍ରମୋ ହୋଇଛି ରିଲିଜ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri