ଟିପିଏନ୍‌ଓଡିଏଲ୍‌କୁ ଏକ୍ସଲେନ୍ସ ଇନ୍‌ ଚେଞ୍ଜ ମ୍ୟାନେଜ୍‌ମେଣ୍ଟରେ ଗୋଲ୍ଡ ପୁରସ୍କାର

ବାଲେଶ୍ୱର ଅଫିସ,୪।୨: ବାଲେଶ୍ୱର ଜିଲା ରେମୁଣା ଜାନୁଗଞ୍ଜ ଗୋଲେଇ ସ୍ଥିତ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌)କୁ ମିଳିଛି ସଫଳତା। ଗତ ଗୁରୁବାର ଗୁରୁଗ୍ରାମର ହାୟାତ ରିଜେନ୍ସିରେ ଇକୋନମିକ୍‌ ଟାଇମ୍‌ସ ହ୍ୟୁମାନ୍‌ କ୍ୟାପିଟାଲ୍‌ ଆୱାଡର୍ର୍ସ୍‌ ସମାରୋହର ଦ୍ୱିତୀୟ ସଂସ୍କରଣ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଟିପିଏନ୍‌ଓଡିଏଲ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାସ୍କର ସରକାରଙ୍କୁ ପିପୁଲ୍‌ ଫୋକସ୍‌ଡ ସିଇଓ ଅଫ୍‌ ଦି ଇୟର ବର୍ଗରେ ଗୋଲ୍ଡ ପୁରସ୍କାର ପ୍ରଦାନ କରାଯାଇଛି। ମାନବ ସମ୍ବଳର ସର୍ବାଙ୍ଗୀନ ବିକାଶ ଉପରେ ଗୁରୁତ୍ୱ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ମାନବ ସମ୍ବଳ, ବ୍ୟବସାୟ ଓ ସଂସ୍ଥାର ଅଭିବୃଦ୍ଧିକୁ ହାସଲ କରିବା ଲାଗି କମ୍ପାନୀରେ ପରିବର୍ତ୍ତିତ ପରିଚାଳନା କାର୍ଯ୍ୟକାରିତା ପାଇଁ ସାରା ଭାରତର ବିଭିନ୍ନ ସଂସ୍ଥା ମଧ୍ୟରେ ଟିପିଏନ୍‌ଓଡ଼ିଏଲ୍‌କୁ ଏକ୍ସଲେନ୍ସ ଇନ୍‌ ଚେଞ୍ଜ ମ୍ୟାନେଜ୍‌ମେଣ୍ଟ କ୍ଷେତ୍ରରେ ଗୋଲ୍ଡ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ ଟିପିଏନ୍‌ଓଡିଏଲ୍‌ର ସିଇଓ ଏବଂ ଟିପିଏନ୍‌ଓଡିିଏଲ୍‌ର ମୁଖ୍ୟ-ଏଚ୍‌ଆର୍‌ ଆଣ୍ଡ୍‌ ଆଡ୍‌ମିନ୍‌ ବଲ୍ଲଭ ସିଂହ ପୁରସ୍କାର ଗ୍ରହଣ କରିଥିବା ବେଳେ ମାନବ ସମ୍ବଳ ଟିମ୍‌ର ଚିତ୍ତରଞ୍ଜନ ପ୍ରଧାନ, ସମ୍ପୂର୍ଣ୍ଣା ମହାନ୍ତି ଓ ଶେଷଦେବ ପଣ୍ଡା ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ୫୦୦ରୁ ଅଧିକ କମ୍ପାନୀ ଭାଗ ନେଇଥିଲେ। ସୂଚନାଯୋଗ୍ୟ, ଟିପିଏନ୍‌ଓଡିଏଲ୍‌ ଦୁଇ ବର୍ଷ ପୂରଣ କରିବାକୁ ଯାଉଛି। ମାତ୍ର ଏତେ କମ୍‌ ସମୟ ଭିତରେ କମ୍ପାନୀ ବିଭିନ୍ନ କ୍ଷେତ୍ରରେ ସଫଳତା ପାଇଁ ବହୁ ପୁରସ୍କାର ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚତ୍ଲା ମେଡିକାଲ ଟିମ୍‌

କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ,...

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର...

ଇନ୍‌ଫର୍ମର ସନ୍ଦେହରେ ୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୨ା୧୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ବର୍ଡର ତେଲଙ୍ଗାନା ଭେଜେଡୁ ମଣ୍ଡଳ ପେରୁ ଗ୍ରାମର ଉଇକା ରମେଶ ଏବଂ ଉଇକା ଅର୍ଜୁନଙ୍କୁ ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ହତ୍ୟା କରିଛନ୍ତି।...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ

ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ...

ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର

ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ...

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri