ପ୍ରବାସୀଙ୍କ ପାଇଁ ଖୁସିଖବର: କାନାଡାରେ ପଢାହେବ ଓଡ଼ିଆ

ଭୁବନେଶ୍ୱର,୧୯ା୧୧(ଅନୁରାଧା ମହାରଣା):କାନାଡ଼ାରେ ଓଡ଼ିଆ ଭାଷାରେ ପାଠପଢ଼ିବେ ପ୍ରବାସୀଙ୍କ ପିଲା। ଟରୋଣ୍ଟୋ ଡିଷ୍ଟ୍ରିକ୍ଟ ସ୍କୁଲ ବୋର୍ଡ ପକ୍ଷରୁ ଓଡ଼ିଆ ଶିକ୍ଷା ପ୍ରଚଳନ ପାଇଁ ଅନୁମତି ମିଳିବା ପରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ପୂର୍ବରୁ ହିନ୍ଦୀ ଭଳି କେତେକ ଭାରତୀୟ ଭାଷା ଶିକ୍ଷା ପାଇଁ ଅନୁମତି ମିଳିଥିବାବେଳେ ପ୍ରଥମଥର ଓଡ଼ିଆ ଭାଷାରେ ଶିକ୍ଷାକୁ ଅନୁମତି ମିଳିଛି। ପ୍ରଥମ ପର୍ଯ୍ୟାୟରେ ଏହା ଟମ୍‌ ଓ ସାଣ୍ଟେର ପବ୍ଲିକ ସ୍କୁଲରେ ଆରମ୍ଭ ହୋଇଛି। ପ୍ରତି ଶନିବାର ୩ଘଣ୍ଟା ଓଡ଼ିଆ ଭାଷାର ପାଠ ପଢ଼ାଯିବ। ପର୍ଯ୍ୟାୟକ୍ରମେ ଏହା ଟରୋଣ୍ଟୋର ଅନ୍ୟ ବୋର୍ଡରେ ପଢ଼ାଯିବ। ତେବେ ପ୍ରଥମ ପର୍ଯ୍ୟାୟରେ ଏଥିରେ ୨୫-୩୦ଜଣ ପିଲାଙ୍କ ନାମ ପଞ୍ଜୀକରଣ କରାଯାଇଛି। ଆଗକୁ ଏହି ସଂଖ୍ୟା ବଢ଼ିବ ବୋଲି ଆଶା କରାଯାଉଛି। କାନାଡ଼ାରେ ଓଡ଼ିଆ ଭାଷାର ଶିକ୍ଷା ପଛରେ ପ୍ରବାସୀ ଭାରତୀୟ ଅମଳେନ୍ଦୁ ଦାସଙ୍କ ପ୍ରମୁଖ ଭୂମିକା ରହିଛି। ଏହି ସଫଳତାକୁ ଆଗକୁ ନେବା ସହ ପିଲାଙ୍କ ପଞ୍ଜୀକରଣ ପାଇଁ ଆର୍ଥିକ ବ୍ୟବସ୍ଥା ସତ୍ୟ ଦାସ ଏବଂ କମଳାକାନ୍ତ ବେହେରାଙ୍କ ଦ୍ୱାରା କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨: ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ...

୩.୧୩ କେଜି ବଜ୍ରକାପ୍ତା କାତି ଜବତ, ଧରାପଡ଼ିଲେ ୪ ଅଭିଯୁକ୍ତ

ନୂଆପଡ଼ା/ଖଡିଆଳ,୨୨ା୧୨(ମକାରୁ ବେମାଲ/ସୁଜିତ ପ୍ରଧାନ): ନୂଆପଡ଼ା ଜିଲା କୋମନା ରେଞ୍ଜ ନାଗପଡ଼ା ପଞ୍ଚାୟତ ଝରଣାମାଲ ଗାଁରେ ଖଡ଼ିଆଳ ବନ ବିଭାଗ ଚଢାଉ କରି ୩ କିଲୋଗ୍ରାମ ୧୩୦...

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର,୨୨ା୧୨: ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ...

ଶୁଣ୍ଢରେ ଟେକି ନେଇ କଚାଡ଼ିଲା, ପରେ ପାଦରେ ଦଳି ମାରିଲା ଦନ୍ତା

ବଣାଇଁ,୨୨ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ଅନ୍ତର୍ଗତ ଜକୈକଳା ଗ୍ରାମରେ ରବିବାର ପୁଣି ଏକ ଗୋଠଛଡ଼ା ଦନ୍ତା ଶୁଣ୍ଢରେ ଟେକିନେଇ କଚାଡ଼ିବା ପରେ ପାଦରେ...

ନିଲମ୍ବିତ ପିଇଓଙ୍କୁ ଉଠାଇନେଲା ଭିଜଲାନ୍ସ, ୩ ପଞ୍ଚାୟତରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି…

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ୩ଟି ପଞ୍ଚାୟତ ତୁରୁଡ଼ିହି, କଚରାପରା -୩ ଓ ପରଚିପାରା ଦାୟିତ୍ୱରେ ଥିବା ପିଇଓ ସୁରେନ୍ଦ୍ର ଭତ୍ରା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା...

ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍‌ କରି ନେଇଗଲେ...

ଆଜି ଶିମିଳିପାଳ ବନ୍ଦ

ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri