Posted inଜାତୀୟ

ରାମଭକ୍ତଙ୍କ ପାଇଁ ଖୁସି ଖବର: ଏବେ ରାତିରେ ୩ ଘଣ୍ଟା ଅଧିକ ରାମଲାଲାଙ୍କ ଦର୍ଶନ କରିହେବ…

ଅଯୋଧ୍ୟା,୨୪।୧ : ଅଯୋଧ୍ୟାରେ ରାମ ମନ୍ଦିରରେ ରାମଲାଲାଙ୍କ ଦର୍ଶନ କରିବାକୁ ଯାଉଥିବା ରାମ ଭକ୍ତଙ୍କ ପାଇଁ ଖୁସି ଖବର ରହିଛି। ଏବେ ରାତିରେ ୩ ଘଣ୍ଟା ଅଧିକ ରାମଲାଲାଙ୍କ ଦର୍ଶନ କରିହେବ । ମନ୍ଦିର ପ୍ରଶାସନ ଦର୍ଶନ ସମୟ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଭକ୍ତମାନେ ଏବେ ରାତି ୧୦ ଟା ପର୍ଯ୍ୟନ୍ତ ରାମଲାଲାଙ୍କର ଦର୍ଶନ ପାଇପାରିବେ। ଏହାପୂର୍ବରୁ ଏହି ସମୟ ସନ୍ଧ୍ୟା ସାତଟା ପର୍ଯ୍ୟନ୍ତ ଥିଲା । ସକାଳ ୭ ଟାରୁ ପୂର୍ବାହ୍ନ ସାଢ଼େ ୧୧ ପର୍ଯ୍ୟନ୍ତ ସକାଳ ଶିଫ୍ଟରେ ଦର୍ଶନ ଅନୁଷ୍ଠିତ ହେବ ।

ମନ୍ଦିର ପ୍ରଶାସନ ସୂତ୍ର ଅନୁଯାୟୀ, ପ୍ରାୟ ପାଞ୍ଚ ଲକ୍ଷ ଭକ୍ତ ଅଯୋଧ୍ୟାରେ ମନ୍ଦିର ପରିଦର୍ଶନ କରିବା ପାଇଁ ଅପେକ୍ଷା କରିଛନ୍ତି । ଭକ୍ତଙ୍କ ଆଗମନ ଜାରି ରହିଛି। ଅଯୋଧ୍ୟା ଜିଲା ପ୍ରଶାସନ ଭକ୍ତମାନଙ୍କୁ ୧୦-୧୫ଦିନ ପରେ ଅଯୋଧ୍ୟାକୁ ଆସି ରାମଲାଲାର ଦର୍ଶନ କରିବାକୁ ନିବେଦନ କରିଛି।

ସୂଚନାଯୋଗ୍ୟ ଦର୍ଶନ ବ୍ୟବସ୍ଥା ଉପରେ ଆଠ ହଜାରରୁ ଅଧିକ ପୋଲିସ ନଜର ରଖିଛନ୍ତି।
ପୋଲିସ ମହାନିର୍ଦ୍ଦେଶକ (ଆଇନ ଏବଂ ଆଦେଶ) ପ୍ରଶାନ୍ତ କୁମାର ଏବଂ ମୁଖ୍ୟ ସଚିବ (ଗୃହ) ସଞ୍ଜୟ ପ୍ରସାଦ ମଧ୍ୟ ଏହି ଘଟଣାରେ ନଜର ରଖିବା ପାଇଁ ଅଯୋଧ୍ୟାରେ ଅବସ୍ଥାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ପାଇଁ ୨୦ ବର୍ଷ ହେଲା କରଓ୍ବାଚୌଥ ବ୍ରତ କରୁଛନ୍ତି ଏହି ଭାଜପା ନେତା

ନୂଆଦିଲ୍ଲୀ,୧୯।୧୦: ବିବାହିତ ମହିଳାମାନେ ରବିବାର କରଓ୍ବାଚୌଥ ଉପବାସ କରିବେ। ବିଶ୍ୱାସ ଅନୁଯାୟୀ, ସାଧାରଣତଃ ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘ ଜୀବନ ପାଇଁ ଏହି ଉପବାସ ପାଳନ...

ନୁଡଲ୍ସ ଭଳି ୨ ମିନିଟରେ ନିଆଯାଇ ପାରିବନି ନିଷ୍ପତ୍ତି, ଝାଡ଼ଖଣ୍ଡ ସିଟ ଶେୟାରିଂକୁ ନେଇ ଗର୍ଜିଲେ…

ରାଞ୍ଚି,୧୯।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଇଣ୍ଡିଆ ମେଣ୍ଟର ସିଟ ଶେୟାରିଂ ସୂତ୍ର ଘୋଷଣା କରିଛନ୍ତି। ଜେଏମଏମ ଏବଂ କଂଗ୍ରେସ ରାଜ୍ୟର ୮୧ଟି ବିଧାନସଭା ଆସନରୁ...

ଉତ୍ତର ପ୍ରଦେଶ ଶୁଟର୍‌ଙ୍କୁ କାହିଁକି ଦିଆଯାଇଥିଲା ବାବା ସିଦ୍ଧକିଙ୍କ ସୁପାରୀ? ହେଲା ବଡ଼ ଖୁଲାସା

ମୁମ୍ବାଇ,୧୯।୧୦: ବାବା ସିଦ୍ଧକି ହତ୍ୟାକାଣ୍ଡର ଅଭିଯୁକ୍ତଙ୍କୁ ପଚରାଉଚରା କରିବା ସମୟରେ ବଡ଼ ଖୁଲାସା ହୋଇଛି। କେଉଁ କାରଣରୁ ଏହି ସୁପାରି ୟୁପି ଶୁଟର୍‌ଙ୍କୁ ଦିଆଯାଇଥିଲା ସେ...

ଜମ୍ମୁ କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଲାଗି ପ୍ରସ୍ତାବ ପାରିତ, ମୋହର ଲଗାଇଲା ଉମର କ୍ୟାବିନେଟ୍‌

ଶ୍ରୀନଗର,୧୯।୧୦: ଜମ୍ମୁ କଶ୍ମୀରକୁ ସମ୍ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ଲାଗି ଶନିବାର ଉମର ଅବଦୁଲ୍ଲା କ୍ୟାବିନେଟ୍‌ରେ ଏକ ପ୍ରସ୍ତାବ ପାରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଅବସରପ୍ରାପ୍ତ ରେଳ କର୍ମଚାରୀଙ୍କୁ ପୁଣି ଚାକିରି ଦେବେ ସରକାର, ଜାଣନ୍ତୁ କେତେ ପାଇବେ ଦରମା…

ନୂଆଦିଲ୍ଲୀ,୧୯ା୧୦: ଭାରତୀୟ ରେଳ ବିଭାଗ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଏକ ବଡ଼ ଖୁସି ଖବର ଦେଇଛି। ବାସ୍ତବରେ ରେଳ କର୍ମଚାରୀଙ୍କ ଅଭାବକୁ ଦୂର କରିବା ପାଇଁ ରେଳବାଇ...

ପଙ୍କଜା ମୁଣ୍ଡେ ହେବେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ…, କିଏ ଉଠାଇଲେ ଏହି ନାମ

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ଆସନ ବଣ୍ଟନରେ ସମସ୍ତ ରାଜନୈତିକ ଦଳ ବ୍ୟସ୍ତ ଅଛନ୍ତି। ଏକନାଥ ଶିନ୍ଦେଙ୍କ ନାମରେ ନିର୍ବାଚନ ଲଢିିବା ପାଇଁ ଭାଜପାର...

୬ ଦିନରେ ୭୦ରୁ ଅଧିକ ବିମାନକୁ ଦିଆଗଲାଣି ବୋମା ଧମକ, ଏଥିରେ ରହିଛି…

ନୂଆଦିଲ୍ଲୀ,୧୯ା୧୦: ଏୟାରଲାଇନ୍‌ ପ୍ରତି ବିପଦ ବଢୁଛି। କିଛିଦିନ ଧରି ଲଗାତର ବିମାନକୁ ବୋମା ଧମକ ମିଳୁଛି। ଶନିବାର ୫ଟି ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ...

ଗୋଟିଏ ବୋମା ଧମକରେ କ୍ଷତି ହେଉଛି ୩କୋଟି, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: କିଛି ଦିନ ହେବ ଲଗାତାର ଭାବେ ଭାରତର ବିମାନଗୁଡ଼ିକୁ ବୋମା ଧମକ ମିଳୁଛି। ଶନିବାର ତିନୋଟି ଇଣ୍ଡିଗୋ ଏୟାରଲାଇନ୍ସ ଏବଂ କିଛି ବିମାନ ଆକାସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri